ଭୁବନେଶ୍ୱର: ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ଆଜି ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଜଣାଇଥିବା ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି ବିଜେଡି।
୨୦୧୯ରେ ବି ବିଜେପିର ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିଲା ବିଜେଡି । ଚଳିତ ଥର ବି ନିଜ ସମର୍ଥନ ଦୋହରାଇବ ବୋଲି ଏପ ପ୍ରେସ୍ ରିଲିଜ ଜାରି କରି ଘୋଷଣା କରିଛି ବିଜେଡି।
ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଥିଲା। ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ଆଜି ସେହି ଚର୍ଚ୍ଚାର ଅନ୍ତ ଘଟିଛି। ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି।