ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି : ୨୧/୦୮/୨୦୨୬ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା ଅନୁକୂଲ୍ୟରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ବୈଠକ କକ୍ଷରେ ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି।
ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ସ୍ୱୀକୃତିପ୍ରାପ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯିବା ସହ ଆବଶ୍ୟକତା ଅନୁଯାୟୀ ମାଗଣା ଚଷମା ବଣ୍ଟନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।
ଏହି ଉଦ୍ଦେଶ୍ୟରେ ସ୍ୱାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ, ତପସିଲଭୁକ୍ତ ଜାତି ଓ ଉପଜାତି ଉନ୍ନୟନ ବିଭାଗ ଏବଂ ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗର ଅଧିକାରୀମାନଙ୍କୁ ନେଇ ବୈଠକ ହୋଇଥିଲା। ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ବୈଠକରେ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ସମସ୍ତ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ, RBSK ପରିଚାଳକ, ସ୍ୱେଚ୍ଛାସେବୀ ଅନୁଷ୍ଠାନର ପ୍ରତିନିଧି ଓ ଚକ୍ଷୁ ଚିକିତ୍ସା ଅଧିକାରୀମାନେ ଯୋଗଦେଇଥିଲେ।
ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମକୁ ସୁଚାରୁରୂପେ କାର୍ଯ୍ୟକାରୀ କରିବା ସହ ଅଧିକରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଚକ୍ଷୁ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।
କଳାହାଣ୍ଡି :ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ନେଇ ସମନ୍ୱୟ ବୈଠକ


Total Users : 3620