ଅଞ୍ଜନ କୁମାର ରଣା //ସ୍ୱତନ୍ତ୍ର ପ୍ରତିନିଧି //ସମୀକ୍ଷା ନିୟୁଜ
କେନ୍ଦୁଝର, 01/06/24: ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଦେହାନ୍ତ ହୋଇଛି। ୮୮ ବର୍ଷ ବୟସରେ ତାଙ୍କ ନିଜସ୍ଵ ଘରେ ମୃତ୍ୟୁ ହୋଇଥିବା ବେଳେ ସେ କିଛି ଦିନ ହେବ ଗୁରୁତର ଥିଲେ । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ତାଙ୍କୁ ଘର ଲୋକେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରି ଥିବାରୁ ତାଙ୍କୁ ଭାରତ ସରକାର ୨୦୨୩ ମସିହାରେ ପଦ୍ମଶ୍ରୀ ରେ ସମ୍ମାନିତ କରିଥିଲେ।
ଗତ କିଛିଦିନ ତଳେ ତାଙ୍କ ବଡ ପୁଅକୁ ହରାଇଥିବା ବେଳେ କିଛି ବର୍ଷ ପୂର୍ବେ ତାଙ୍କ ସାନ ପୁଅ କୁ ହରାଇ ଥିଲେ। ଏହି ସବୁ ଦୁଃଖଦ ଘଟଣା କୁ ଭାବି ଭାବି ତାଙ୍କ ଶରୀର ଅସୁସ୍ଥ ରହୁଥିଲା।
ତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡ଼ିଥିବା ତାଙ୍କ ଘରକୁ ଶେଷ ଦର୍ଶନ ପାଇଁ ସ୍ଥାନିୟ ଲୋକଙ୍କ ସୁଅ ଛୁଟିଛି। ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର ଦିୟାଯିବ ବୋଲି ଜଣାପଡିଛି।