ସାନନ୍ଦ ମହାପାତ୍ର/ ସମୀକ୍ଷା ସମୀକ୍ଷା ନିଉଜ୍ /ବରଗଡ: ତା ୧୦/୮/୨୬: ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ବ୍ୟତୀତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ପ୍ରଶାନ୍ତ କୁମାର ଦାଶ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୪୩ ଗୋଟି ଅଭିଯୋଗ ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ ଏବଂ ୧୪ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


Total Users : 3680