ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ମାଲକାନଗିରି :ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସତର୍କତା

ମାଲକାନଗିରି :ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସତର୍କତା – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୨୭/୧୦/୨୬

ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ତଥା ପ୍ରବଳ ବର୍ଷା ପରିସ୍ଥିତିର ମୁକାବିଲା ଲାଗି ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପୂର୍ବପ୍ରସ୍ତୁତି କାର୍ଯ୍ୟ ତ୍ୱରାନ୍ୱିତ କରାଯାଇଛି। ଲୋକଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆଜି ସନ୍ଧ୍ୟାରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ଜରୁରୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମସ୍ତ ବରିଷ୍ଠ ଅଧିକାରୀ, ବିଡିଓ, ତହସିଲଦାର ଏବଂ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପ୍ରସ୍ତୁତି ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସମୟରେ ବିଭିନ୍ନ କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ବିସ୍ତୃତ ଆଲୋଚନା କରାଯାଇଛି। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ‘ଶୂନ୍ୟ ମୃତାହତ’ ନୀତିକୁ କଡ଼ାକଡ଼ି ପାଳନ କରି ଯେକୌଣସି ପରିସ୍ଥିତିର ସାମ୍ନା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଜିଲ୍ଲା ଏବଂ ତହସିଲ ସ୍ତରରେ ଜରୁରୀକାଳୀନ ପରିଚାଳନା କେନ୍ଦ୍ର ଦିନରାତି ୨୪ ଘଣ୍ଟା କାର୍ଯ୍ୟକ୍ଷମ ରଖାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୭, ୨୮ ଏବଂ ୨୯ ତାରିଖରେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଏଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ କୃଷି, ଉଦ୍ୟାନ କୃଷି ଓ ମତ୍ସ୍ୟ ବିଭାଗର ଅଧିକାରୀମାନଙ୍କୁ ବ୍ଲକ ସ୍ତରୀୟ ଟିମ୍ ସହିତ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ବିଶେଷ କରି ତଳିଆ ଅଞ୍ଚଳ ଯେଉଁଠାରେ ଜଳବନ୍ଦୀ ସମସ୍ୟା ଉପୁଜିବାର ଆଶଙ୍କା ରହିଛି, ସେଠାରେ ସ୍ୱତନ୍ତ୍ର ନଜର ରଖିବାକୁ କୁହାଯାଇଛି। ଏହା ସହିତ ଏନଡିଆରଏଫ, ଅଗ୍ନିଶମ ବାହିନୀ, ଓଡ୍ରାଫ୍, ଆରକ୍ଷୀ, ଗ୍ରାମ୍ୟ ଜଳଯୋଗାଣ, ପୂର୍ତ୍ତ ବିଭାଗ ଏବଂ ସ୍ୱାସ୍ଥ୍ୟ ବିଭାଗ ସମେତ ସମସ୍ତ କାର୍ଯ୍ୟାଳୟକୁ ସଜାଗ ରହି ନିୟମିତ ଭାବେ ରିପୋର୍ଟ ରାଜ୍ୟ ସରକାରଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଜିଲ୍ଲାବାସୀଙ୍କୁ ନିବେଦନ କରାଯାଇଛି ଯେ, ପରିସ୍ଥିତିକୁ ନେଇ କେହି ଆଦୌ ଆତଙ୍କିତ ନହୋଇ ସତର୍କ ରୁହନ୍ତୁ ଏବଂ କେବଳ ସରକାରୀ ସୂଚନା ତଥା ନିର୍ଦ୍ଦେଶାବଳୀକୁ ପାଳନ କରନ୍ତୁ।

ମାଲକାନଗିରି :ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସତର୍କତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମାଲକାନଗିରି: ଗୁଜରାଟ ଏକତା ନଗର ଅଭିମୁଖେ ବାହାରିଲା ୫୨ ଜଣିଆ ପ୍ରତିନିଧି ଦଳ