ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଟାଙ୍ଗୀ ବ୍ଲକରେ ଜିଲ୍ଲାପାଳ ଏବଂ ଏସ୍ପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ଟାଙ୍ଗୀ ବ୍ଲକରେ ଜିଲ୍ଲାପାଳ ଏବଂ ଏସ୍ପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି – ସମୀକ୍ଷା ଖବର

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଖୋରଧା:୨୬/୧୦/୨୬

ଖୋରଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଷୋତ୍ତମ୍ ଦାସଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି l ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ,ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଖୋରଧା ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ବି ଡି ଓ ଟାଙ୍ଗୀ ରୁମାନା ଜାଫ୍ରି, ତହସିଲଦାର ଟାଙ୍ଗୀ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଅଭିଯୋଗ ଶିବିରକୁ ମୋଟ ୪୫ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୬ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦୭ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l

ଟାଙ୍ଗୀ ବ୍ଲକରେ ଜିଲ୍ଲାପାଳ ଏବଂ ଏସ୍ପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି – ସମୀକ୍ଷା

ରାଣୀ ପଲାଇ ଗ୍ରାମ: ଜଙ୍କିଆଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ରେଡ୍ କ୍ରସ୍ ପାଣ୍ଠିରୁ ଜିଲ୍ଲାପାଳ ୨୦ ହଜାର ଆର୍ଥିକ ସାହାଯ୍ୟ ମଜୁରୀ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସୁମିତ୍ରା ଚମ୍ପତି ଗ୍ରାମ ଓରଡଙ୍କୁ ଚିକିତ୍ସା ନିମନ୍ତେ ୨୦ ହଜାର, ମମତାରାଣି କର, ଗ୍ରାମ ଓରାଡଙ୍କୁ ଆର୍ଥିକ ସହାୟତା ନିମନ୍ତେ ୩୦ ହଜାର ଟଙ୍କା,ବାପୁ ରାଉତରାୟ, ଗ୍ରାମ ମଙ୍ଗଳାଯୋଡ଼ିଙ୍କୁ ଚିକିତ୍ସା ନିମନ୍ତେ ୨୦ହଜାର ଏବଂ ସତ୍ୟଭାମା ସାହୁ ଗ୍ରାମ ଜଙ୍କିଆଙ୍କୁ ଚିକିତ୍ସା ନିମନ୍ତେ ୨୦ ହଜାର ରାଶି ମଞ୍ଜୁରୀ କରିଥିଲେ l ଜଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି ଶ୍ରୀୟା ଶାଶ୍ଵତୀ ,ଉପ ନିର୍ଦ୍ଦେଶକ ଯୋଜନା ଓ ପରିସଂଖ୍ୟାନ ଶଙ୍କର ବେହେରା, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶ୍ରୀ ଅଶୋକ କୁମାର ବେହେରା, ଅବକାରୀ ଅଧିକ୍ଷକ, ଖୋରଧା ଶ୍ରୀମତୀ ସୁମତି ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ ହିଆଲଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ,ଶିକ୍ଷା,ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବିଦ୍ୟୁତ ବିଭାଗର ଯନ୍ତ୍ରୀ ଓ ଅଧିକାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମାଲକାନଗିରି :ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସତର୍କତା