ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୫୪ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫୮ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୧ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୧ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୧ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୧ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ମୁକାବିଲା ପାଇଁ କୋରାପୁଟ ଜିଲ୍ଲା ପ୍ରଶାସନ ସଜାଗ

ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ମୁକାବିଲା ପାଇଁ କୋରାପୁଟ ଜିଲ୍ଲା ପ୍ରଶାସନ ସଜାଗ – ସମୀକ୍ଷା ଖବର

ବସନ୍ତ ପେଗୋଡୋ /ସାମ୍ବାଦିକ /ସମୀକ୍ଷା ନ୍ୟୁଜ:

କୋରାପୁଟ:–27/10/26—: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଆଗୁଆ ପ୍ରସ୍ତୁତି କରାଯାଇଛି। ଗତକାଲି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ , ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା ଓ ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ଶବର, ଆଇଏଏସ୍ ପ୍ରୋବେସନର ଅନୁପ କୁମାର ନାୟକ, ଉପଜିଲ୍ଲାପାଳ ଫାବି ରଶିଦ ଏବଂ ଡେପୁଟି କଲେକ୍ଟର (ଜରୁରୀକାଳୀନ) ଉପସ୍ଥିତ ଥିଲେ। ଜରୁରୀକାଳୀନ ପ୍ରସ୍ତୁତି ଏବଂ ସୁରକ୍ଷା ବ୍ୟବସ୍ଥାର ବିସ୍ତୃତ ସମୀକ୍ଷା କରିଥିଲେl ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇ ନିଜ ନିଜ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଓ ସମ୍ବେଦନଶୀଳ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଚିହ୍ନଟ କରି ତୁରନ୍ତ ବାତ୍ୟା ଆଶ୍ରୟସ୍ଥଳୀ ଓ ପକ୍କା କୋଠାକୁ ସ୍ଥାନାନ୍ତର କରିବା ପାଇଁ ବ୍ଲକ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ସମୟରେ ଗର୍ଭବତୀ ମହିଳାମାନଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ପ୍ରସବ ପାଇଁ ଆସନ୍ତା କିଛି ଦିନ ଭିତରେ ତାରିଖ ଥିବା ଗର୍ଭବତୀମାନଙ୍କୁ ଚିହ୍ନଟ କରାଯାଇ ଆଗୁଆ ନିକଟସ୍ଥ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର କିମ୍ବା ହସ୍ପିଟାଲକୁ ସ୍ଥାନାନ୍ତର କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଓ ବନ୍ୟା ଆଶଙ୍କାଥିବା ସ୍ଥାନଗୁଡ଼ିକରେ ଥିବା ଡାଇଭର୍ସନ ରାସ୍ତା ଏବଂ ପୋଲଗୁଡ଼ିକରେ ଯାତାୟାତ ସୁରକ୍ଷିତ କରିବା ପାଇଁ ପୋଲିସ ଓ ପୂର୍ତ୍ତ ବିଭାଗକୁ ସତର୍ଗ କରାଯାଇଛି। ବିପଦସଙ୍କୁଳ ଡାଇଭର୍ସନ ରାସ୍ତାରେ ଗାଡ଼ି ଚଳାଚଳକୁ ନିୟନ୍ତ୍ରଣ କିମ୍ବା ବନ୍ଦ କରିବାକୁ ପଦକ୍ଷେପ ନିଆଯାଉଛି। ଆଶ୍ରୟସ୍ଥଳୀଗୁଡ଼ିକରେ ଶୁଖିଲା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ, ଆଲୋକ ଏବଂ ଆବଶ୍ୟକୀୟ ଔଷଧ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ODRAF, ଅଗ୍ନିଶମ ବାହିନୀ ଏବଂ ପୋଲିସ ଟିମ୍‌ଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି। ରାସ୍ତାଘାଟ ସଫା କରିବା ପାଇଁ ଆବଶ୍ୟକୀୟ ଯନ୍ତ୍ରପାତି ମଧ୍ୟ ମହଜୁଦ ଅଛି। ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପ୍ରଶାସନର ମୁଖ୍ୟ ଲକ୍ଷ୍ୟ ବୋଲି ଅତିରିକ୍ତ ସଚିବ ପ୍ରକାଶ କରିବା ସହ ଭୟଭୀତ ନହୋଇ ସରକାରୀ ନିର୍ଦ୍ଦେଶାବଳୀ ପାଳନ କରିବାକୁ ଅନୁରୋଧ କରିଛନ୍ତି।

ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ମୁକାବିଲା ପାଇଁ କୋରାପୁଟ ଜିଲ୍ଲା ପ୍ରଶାସନ ସଜାଗ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର ଜିଲ୍ଲା ସ୍ଥିତି କଳା ଅନ୍ଧାର