ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୬ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୬ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ସମୃଦ୍ଧିରୁ ସାଧୁତା: କେନ୍ଦୁଝର ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ଏକକାଳୀନ ଶପଥ ଗ୍ରହଣ

ସମୃଦ୍ଧିରୁ ସାଧୁତା: କେନ୍ଦୁଝର ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ଏକକାଳୀନ ଶପଥ ଗ୍ରହଣ – ସମୀକ୍ଷା ଖବର


ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର:

କେନ୍ଦୁଝର ୨୭/୧୦: କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ କନ୍ଫରେନ୍ସ ହଲ୍‌ଠାରେ ‘ଭିଜିଲାନ୍ସ ସଚେତନତା ସପ୍ତାହ-୨୦୨୬’ ଅବସରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ଅକ୍ଟୋବର ୨୭, ୨୦୨୬ ରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କେନ୍ଦ୍ରଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ସତର୍କତା ଆୟୋଗ ଙ୍କ ଦ୍ୱାରା ପ୍ରସାରିତ ସଚ୍ଚୋଟତା ଶପଥପତ୍ର ପାଠ କରାଇଥିଲେ। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହିତ ଆଭାସୀ ମାଧ୍ୟମରେ ଯୋଡ଼ିହୋଇ କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ, ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ସାଧୁତା ଓ ସଚ୍ଚୋଟତାର ଶପଥ ପାଠ କରିଥିଲେ।ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ସିଧାପ୍ରସାରଣ କରାଯାଇଥିବା ବେଳେ ଆଭାସୀ ମାଧ୍ୟମରେ ଜିଲ୍ଲା କଲେକ୍ଟରେଟ୍‌ ସମେତ ସମସ୍ତ ବ୍ଲକ୍ କାର୍ଯ୍ୟାଳୟଗୁଡ଼ିକୁ ସଂଯୋଗ କରାଯାଇଥିଲା, ଯାହା ଦ୍ୱାରା ସମସ୍ତ ପ୍ରଶାସନିକ ସ୍ତରର ଅଧିକାରୀ ଓ କର୍ମଚାରୀମାନେ ଏକକାଳୀନ ଏହି ସାଧୁତାର ଶପଥ ଗ୍ରହଣ କରିପାରିଥିଲେ।

ସମୃଦ୍ଧିରୁ ସାଧୁତା: କେନ୍ଦୁଝର ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ଏକକାଳୀନ ଶପଥ ଗ୍ରହଣ – ସମୀକ୍ଷା


ଚଳିତ ବର୍ଷ ‘ଭିଜିଲାନ୍ସ ସଚେତନତା ସପ୍ତାହ’ର ମୁଖ୍ୟ ବିଷୟବସ୍ତୁ ରହିଛି “ସମୃଦ୍ଧି ରୁ ସାଧୁତା”। ଏହି ବିଷୟବସ୍ତୁ ନୈତିକତା ଏବଂ ସ୍ଥାୟୀ ସମୃଦ୍ଧି ମଧ୍ୟରେ ଥିବା ନିବିଡ଼ ସମ୍ପର୍କକୁ ଦର୍ଶାଉଛି। ବିଶେଷ କରି ସରକାରୀ ଓ ପ୍ରଶାସନିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମୟରେ ସାଧୁତା, ସଚ୍ଚୋଟତା ଏବଂ ନୈତିକ ଆଚରଣକୁ ବଜାୟ ରଖିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି।ଏହି ସପ୍ତାହ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସରକାରୀ ଓ ବେସରକାରୀ ସଂସ୍ଥାଗୁଡ଼ିକରେ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସ୍ୱଚ୍ଛତା ବୃଦ୍ଧି କରିବା, ମଜବୁତ ଉତ୍ତରଦାୟିତ୍ୱ ପ୍ରତିଷ୍ଠା କରିବା ଏବଂ ଏପରି ଏକ ପରିବେଶ ସୃଷ୍ଟି କରିବା ଯେଉଁଥିରେ ଦୁର୍ନୀତିକୁ ପରବର୍ତ୍ତୀ ସମୟରେ ସଂଶୋଧନ କରିବା ଅପେକ୍ଷା ପ୍ରାରମ୍ଭରୁ ହିଁ ରୋକାଯାଇପାରିବ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ