ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୪ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୪ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ସଚେତନତା ସପ୍ତାହ ଅବସରରେ ପାରାଦୀପ ବନ୍ଦର ପ୍ରାଧିକରଣ ପକ୍ଷରୁ ପଦଯାତ୍ରା

ସଚେତନତା ସପ୍ତାହ ଅବସରରେ ପାରାଦୀପ ବନ୍ଦର ପ୍ରାଧିକରଣ ପକ୍ଷରୁ ପଦଯାତ୍ରା – ସମୀକ୍ଷା ଖବର

କର୍ମେଶ୍ୱର ସ୍ୱାଇଁ /ପାରାଦୀପ /ସମୀକ୍ଷା ନ୍ୟୁଜ :

ପାରାଦୀପ,୨୭/୧୦ ସତର୍କତା ଓ ସଚେତନତା ସପ୍ତାହ ପାଳନ ଅବସରରେ ପାରାଦୀପ ବନ୍ଦର ପ୍ରାଧିକରଣ ପକ୍ଷରୁ ସଚ୍ଚୋଟତା, ସ୍ୱଚ୍ଛତା, ଉତ୍ତରଦାୟିତ୍ୱ ଏବଂ ଦୁର୍ନୀତି ବିରୋଧରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ‘ସଚ୍ଚୋଟତା ପାଇଁ ପଦଯାତ୍ରା’, ସତର୍କତା ରଥ ଓ ପଥପ୍ରାନ୍ତ ନାଟକ ଭଳି ବିଭିନ୍ନ ଜନସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଏଥିରେ ପାରାଦୀପ ବନ୍ଦର ଅଧ୍ୟକ୍ଷ ସୁଶାନ୍ତ କୁମାର ପୁରୋହିତ ଓ ମୁଖ୍ୟ ସତର୍କତା ଅଧିକାରୀ ଆର୍. ଏନ୍. ଅବନିକାନ୍ତ ପରିଡ଼ାଙ୍କ ଭିଡିଓ ବାର୍ତ୍ତାକୁ ନେଇ ସତର୍କତା ରଥ ସହ ପଦଯାତ୍ରାର ଶୁଭାରମ୍ଭ କରାଯାଇଥିଲା। ଏହି ପଦଯାତ୍ରା ପାରାଦୀପ ବସ୍ ଷ୍ଟାଣ୍ଡ୍ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ନିକଟରୁ ଆରମ୍ଭ ହୋଇ ସହର ପରିକ୍ରମା କରି ଅଫିସର୍ସ କ୍ଲବ୍ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ ପାରାଦୀପ ର ଅଧିକାରୀ ଗଣ ଓ କର୍ମଚାରୀ, ସିଆଇଏସ୍ଏଫ୍ ଯବାନମାନେ , ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ସହ ସ୍ଥାନୀୟ ବାସିନ୍ଦାମାନେ ଅଂଶଗ୍ରହଣ କରିଥିଲେ। ସମସ୍ତେ ପଦଯାତ୍ରାରେ ସାମିଲ ହୋଇ ନୈତିକ ଆଚରଣ, ସ୍ୱଚ୍ଛତା ଏବଂ ଦୁର୍ନୀତି ବିରୋଧୀ ଲଢ଼େଇରେ ସାମୂହିକ ଦାୟିତ୍ୱବୋଧର ବାର୍ତ୍ତା ପ୍ରଚାର କରିଥିଲେ। ଏହି ଜନସଚେତନତା କାର୍ଯ୍ୟକ୍ରମର ଅଂଶସ୍ୱରୂପ ସାଂସ୍କୃତିକ ଅନୁଷ୍ଠାନ ‘କାନମାସ୍’ ପକ୍ଷରୁ ପ୍ରସ୍ତୁତ ପଥପ୍ରାନ୍ତ ନାଟକ ‘ଏପଟ ଦେଖ୍, ସେପଟ ଦେଖ୍’ ବସ୍ ଷ୍ଟାଣ୍ଡ୍ ନିକଟ ଏବଂ ଭାଗବତ ପରିବାର ବଜାରଠାରେ ପରିବେଷଣ କରାଯାଇଥିଲା। ଆକର୍ଷଣୀୟ ନାଟକ ମାଧ୍ୟମରେ ଅଭିଜ୍ଞ କଳାକାରମାନେ ଦୁର୍ନୀତିର କୁପରିଣାମକୁ ସାମ୍ନାକୁ ଆଣିବା ସହ ନୈତିକ ଆଚରଣ, ଉତ୍ତରଦାୟିତ୍ୱ ଏବଂ ଦୁର୍ନୀତି ବିରୁଦ୍ଧରେ ସାମୂହିକ ପ୍ରୟାସର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।ଏହି ସାମୂହିକ ଦାୟିତ୍ୱବୋଧକୁ ଉତ୍ସାହିତ କରିବା ପାଇଁ ପାରାଦୀପ ବନ୍ଦର ସଦା ସର୍ବଦା ନିରନ୍ତର ପ୍ରୟାସ ଜାରି ରଖିଛି l

ସଚେତନତା ସପ୍ତାହ ଅବସରରେ ପାରାଦୀପ ବନ୍ଦର ପ୍ରାଧିକରଣ ପକ୍ଷରୁ ପଦଯାତ୍ରା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବିମାନବନ୍ଦରରେ ନୃତ୍ୟ ପ୍ରଦର୍ଶନ ଭାଏରାଲ