ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଜଗତସିଂହପୁର :ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ଅବସରରେ କିସାନ ସମ୍ମାନ ସମାରୋହ ଅନୁଷ୍ଠିତ

ଜଗତସିଂହପୁର :ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ଅବସରରେ କିସାନ ସମ୍ମାନ ସମାରୋହ ଅନୁଷ୍ଠିତ – ସମୀକ୍ଷା ଖବର

ଭଗବାନ ମହାନ୍ତି /ଜିଲା ପ୍ରତିନିଧି /ଜଗତସିଂହପୁର / ସମୀକ୍ଷା ନିୟୁଜ:

ଜଗତସିଂହପୁର, ତା: 30.10.2026 (ନି. ପ୍ର ): ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟ ରାଜ୍ୟର ବାନାସକାଣ୍ଠା ଠାରେ ଆୟୋଜିତ ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ସମାରୋହରେ ଦେଶର ଚାଷୀଙ୍କୁ ୭୦୦ କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି I ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ପିଏମ କିସାନ ସମ୍ମାନନିଧିର ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ଭୋଇ ଯୋଗଦେଇ ଥିଲେ। ଏହି ଅବସରରେ ଉପସ୍ଥିତ ସମସ୍ତ ଅତିଥିବୃନ୍ଦ ଏବଂ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଚାଷୀମାନେ ଗୁଜରାଟ ଠାରୁ ଆଭାସୀ ମାଧ୍ୟମରେ ସିଧା ପ୍ରସାରଣ ହେଉଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଦେଖିଥିଲେ । ଏହି ଅବସରରେ ଜଗତସିଂହପୁର ଜିଲ୍ଲାର ମୋଟ ୧,୨୨,୧୫୯ ଜଣ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର ହୋଇଛି ବୋଲି କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି I

ଜଗତସିଂହପୁର :ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ଅବସରରେ କିସାନ ସମ୍ମାନ ସମାରୋହ ଅନୁଷ୍ଠିତ – ସମୀକ୍ଷା

ଏଠାରେ ସୂଚନା ଥାଉ କି, କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରିବା ପାଇଁ ପି-ଏମ କିଷାନ ଯୋଜନା ଏକ କଲ୍ୟାଣକାରୀ ଯୋଜନା। ଏହି ଯୋଜନାରେ ଚାଷୀଙ୍କୁ ସହାୟତା ରାଶି ଭାବରେ ବର୍ଷକୁ ୬୦୦୦ ଟଙ୍କା ତିନି ଗୋଟି କିସ୍ତି ମାଧ୍ୟମରେ ପ୍ରଦାନ କରାଯାଇ ଥାଏ।
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଭୁଦତ୍ତ ସାହୁ,କେ.ଭି.କେ ବୈଜ୍ଞାନିକ,କୃଷି ଜିଲ୍ଲା ଅଧିକାରୀ,ଜଗତସିଂହପୁର ବ୍ଲକ୍ କୃଷି ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ