ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୪ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଜଗତସିଂହପୁର : ଅବକାରୀ ବିଭାଗ ପଞ୍ଝାରେ ୨ ନିଶାବେପାରୀ; ୫୫ ଗ୍ରାମର ହେରୋଇନ ସହ ୯୪୦ ଗ୍ରାମର ଗଞ୍ଜେଇ ଜବତ

ଜଗତସିଂହପୁର : ଅବକାରୀ ବିଭାଗ ପଞ୍ଝାରେ ୨ ନିଶାବେପାରୀ; ୫୫ ଗ୍ରାମର ହେରୋଇନ ସହ ୯୪୦ ଗ୍ରାମର ଗଞ୍ଜେଇ ଜବତ – ସମୀକ୍ଷା ଖବର

ଭଗବାନ ମହାନ୍ତି /ଜିଲା ପ୍ରତିନିଧି / ଜଗତସିଂହପୁର /ସମୀକ୍ଷା ନିୟୁଜ

ଜଗତସିଂହପୁର, 30/10 : ୩୦ ତାରିଖ ଶୁକ୍ରବାର ସକାଳ ସମୟରେ ବାଲିକୁଦା ଥାନା ଅଞ୍ଚଳର ଆମ୍ବଶାଳ ଚାରି ଛକରେ ଚଢାଉ କରି ଜଣେ ନିଶା ବେପାରୀଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ରେଞ୍ଜ। ଆମ୍ବଶାଳ ବଜାର ରେ ଦୀର୍ଘ ଦିନ ହେବ ବ୍ରାଉନସୁଗାର କାରବାର ଲୁଚାଛପାରେ ଚାଲୁଥିବାର ଏକ ଅଭିଯୋଗକୁ ଭିତ୍ତି କରି ଜଗତସିଂହପୁର ଅବକାରୀ ରେଞ୍ଜ ର ଇନ୍ସପେକ୍ଟର ଖିତୀଶ ଦାସଙ୍କ ନେତୃତ୍ବରେ ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର ସବ୍ଇନ୍ସପେକ୍ଟର ଭାଗ୍ୟଲକ୍ଷ୍ମୀ ଦଲାଇ ଏବଂ କର୍ମଚାରୀମାନଙ୍କ ସହଯୋଗରେ ଏକ ଟିମ ଚଢାଉ କରିଥିଲେ। ଅଭିଯୁକ୍ତ ଜଣଙ୍କ ଘଟଣାସ୍ଥଳ ରୁ ଖସି ପଳାଇବାକୁ ଚେଷ୍ଟା କରୁଥିବାବେଳେ ତାଙ୍କୁ ଆମ୍ବଶାଳ ବଜାର ସ୍ଥିତ ଚାରିଛକ ନିକଟରୁ କାବୁ କରିନେଇଥିଲେ। ଯାଞ୍ଚ ପରେ ତାଙ୍କ ନିକଟରୁ ୫୫ ଗ୍ରାମର ବେଆଇନ ହେରୋଇନ, ଏକ ବଜାଜ ପଲସର ମୋଟରସାଇକେଲ (ନଂ- ଓଡି-୨୧-କ୍ୟୁ-୦୦୮୩) ଏବଂ ଏକ ଆଣ୍ଡ୍ରଏଡ ଫୋନ ଜବତ କରାଯାଇଥିଲା। ଗିରଫ ଅଭିଯୁକ୍ତ ଜଣକ ହେଲେ ଆମ୍ବଶାଳ ଗ୍ରାମର ହେମନ୍ତ ସାହୁଙ୍କ ଙ୍କ ପୁଅ ଶିବାନୀ ସାହୁ (୩୮)। ଜବତ ହେରୋଇନ ସହ ମୋଟରସାଇକେଲ ର ଆନୁମାନିକ ମୂଲ୍ଯ ୬ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବାର ପ୍ରକାଶ କରିଛନ୍ତି ଜଗତସିଂହପୁର ରେଞ୍ଜ ଇନ୍ସପେକ୍ଟର ଖିତୀଶ ଦାସ। ଅଭିଯୁକ୍ତଙ୍କୁ ଜଗତସିଂହପୁର ଅବକାରୀ ରେଞ୍ଜ କେସ୍ ନଂ ୫୫୵୨୦୨୬-୨୭ରେ ଗିରଫ କରାଯାଇ ଏନ ଡି ପି ଏସ୍ ଆକ୍ଟ ୧୯୮୫ ଅନୁସାରେ ମାମଲା ଋଜ୍ଜୁ କରାଯାଇ ଜିଲ୍ଲା ଦୌରାଜଜ ଙ୍କ ଅଦାଲତକୁ ଚାଲାଣ କରାଯାଇଛି।

ଜଗତସିଂହପୁର : ଅବକାରୀ ବିଭାଗ ପଞ୍ଝାରେ ୨ ନିଶାବେପାରୀ; ୫୫ ଗ୍ରାମର ହେରୋଇନ ସହ ୯୪୦ ଗ୍ରାମର ଗଞ୍ଜେଇ ଜବତ – ସମୀକ୍ଷା
       ସେହିପରି ଅନ୍ୟ ଏକ ଘଟଣାକ୍ରମେ ତିର୍ତ୍ତୋଲ ଅବକାରୀ ଥାନାର ସବ୍ଇନ୍ସପେକ୍ଟର ରବି ବେହେରାଙ୍କ ନେତୃତ୍ବରେ ଅଉ ଗୋଟିଏ ଟିମ୍ ତିର୍ତ୍ତୋଲ ଥାନା ଅନ୍ତର୍ଗତ ତେନ୍ତୁଲିପଦା ଗ୍ରାମର ଗାଦି ମହାପୁରୁଷ ମନ୍ଦିର ପାଖରେ ଚଢାଉ କରି ୯୪୦ ଗ୍ରାମର ଗଞ୍ଜେଇ ଜବତ କରିବା ସହ ଅଭିଯୁକ୍ତ ସେହି ଗ୍ରାମର ନରେନ୍ଦ୍ର କୁମାର ସାହୁଙ୍କୁ ତିର୍ତ୍ତୋଲ ଅବକାରୀ ଥାନାର କେସ୍ ନଂ ୮୭୵୨୦୨୬-୨୭ରେ ଗିରଫ କରି ଏନ ଡି ପି ଏସ୍ ଆକ୍ଟ ୧୯୮୫ ଅନୁସାରେ ମାମଲା ଋଜ୍ଜୁ କରାଯାଇ ଜିଲ୍ଲା ଦୌରାଜଜ୍  ଙ୍କ ଅଦାଲତକୁ ଚାଲାଣ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।

ଆଜିର ଏହି ଚଢାଉ ରେ ଜଗତସିଂହପୁର ଅବକାରୀ ରେଞ୍ଜ ର କନଷ୍ଟେବଳ ଅନୁରାଗ ସୂର୍ୟବଂଶୀ, ଲକ୍ଷ୍ମୀନାରାୟଣ ମଲ୍ଲିକ, ଜିଲ୍ଲା ଭ୍ରାମ୍ୟମାଣ ସଂସ୍ଥାର କନଷ୍ଟେବଳ ବିଶ୍ବରଞ୍ଜନ ସ୍ବାଇଁ, ସୁକାନ୍ତ ମାଝୀ, ପ୍ରମୁଖ ସାମିଲ ଥିଲେ।
ନାର୍କୋଟିକ୍ସ ବ୍ୟବସାୟ ବିରୋଧରେ ଚଢାଉ କୁ ଅଧିକ ତୀବ୍ରତର କରାଯିବ ସହ ଶୂନ୍ଯସହନଶୀଳ ନୀତିରେ ସମସ୍ତ ଅଭିଯୁକ୍ତଙ୍କୁ ଦମନ କରିବା ପାଇଁ ଆଗାମୀ ଦିନରେ ଅବକାରୀ ବିଭାଗ ତାର ପ୍ରୟାସ ଜାରି ରଖିବ ବୋଲି ଅବକାରୀ ଅଧିକ୍ଷିକା ଶ୍ରୀମତି ଅନିତା ପ୍ରଧାନ ପ୍ରକାଶ କରିଛନ୍ତି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର :ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ଅବସରରେ କିସାନ ସମ୍ମାନ ସମାରୋହ ଅନୁଷ୍ଠିତ