ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୮ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୮ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୮ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୮ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୮ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୮ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୮ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୯ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୯ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ହରିହରପୁରରେ ହାତୀ ଆକ୍ରମଣରେ ମହିଳା ମୃତ

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନିୟୁଜ/ଖୋର୍ଦ୍ଧା:

ଚାନ୍ଦପୁର ୩୧/୧୦/୨୬ ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲରୁ ବାହାରି ଜନବସତି ମୁହାଁ ହୋଇଛନ୍ତି ହାତୀ ପଲ। ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜରେ ଘଟିଛି ଅଭାବନୀୟ ଘଟଣା lଦନ୍ତା ହାତୀର ଆକ୍ରମଣରେ ଗୁରୁତର ହୋଇ ଭୁବନେଶ୍ୱର ରେ ଚିକିଶ୍ଚିତ ହେଉଥିବା ମହିଳାଙ୍କର ମୃତ୍ୟୁ ହୋଇଛି lମୃତ ମହିଳା ଙ୍କର ନାମ ମମତା ବେହେରା ବୟସ ୪୧ ବର୍ଷ lସ୍ୱାମୀ ଈଶ୍ୱର ବେହେରା ବୋଲି ଜଣା ପଡିଛି l ହରିହର ପୁର ଗ୍ରାମର ଈଶ୍ୱର ବେହେରାଙ୍କ ପତ୍ନୀ ମମତା ବେହେରା ୪୧ ବର୍ଷ ଘର ପାଖରେ ଥିବା ପାଇଖାନାକୁ ଶୌଚ ହେବାକୁ ଯାଉଥିବା ବେଳେ ଅତର୍କିତ ଭାବେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା। ହାତୀର ଏହି ହମଲାରେ ମହିଳାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା l ଗୋଡ଼ ସହ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର କ୍ଷତ ହୋଇଛି lମହିଳାଙ୍କ ଚିତ୍କାର ଶୁଣି ​ପରିବାରବର୍ଗ ଏବଂ ସ୍ଥାନୀୟ ଲୋକେ ହୋହାଲ୍ଲା କରିବାରୁ ଦନ୍ତା ହାତୀଟି ସେଠାରୁ ଜଙ୍ଗଲ ଆଡ଼କୁ ଚାଲିଯାଇଥିଲା। ଗ୍ରାମବାସୀମାନେ ନିଜସ୍ୱ ଉଦ୍ୟମରେ ଗୁରୁତର ମହିଳାଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ବସନ୍ତ ମଞ୍ଜୁରୀ ସାଧାରଣ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।​ତେବେ ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ସଙ୍କଟାପନ୍ନ ହେବାରୁ ଡାକ୍ତରଖାନା କର୍ତ୍ତୃପକ୍ଷ ତାଙ୍କୁ ଉନ୍ନତ ଚିକିତ୍ସା ନିମନ୍ତେ ଭୁବନେଶ୍ୱରକୁ ସ୍ଥାନାନ୍ତରିତ କରିଛନ୍ତି। ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥା ରେ ମହିଲାଙ୍କର ମୃତ୍ୟୁ ଘଟିଛି lଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ହାତୀ ଭୟ ଖେଳିଯାଇଥିବା ବେଳେ ବନ ବିଭାଗ ର ଅବହେଳାରୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି l

ହରିହରପୁରରେ ହାତୀ ଆକ୍ରମଣରେ ମହିଳା ମୃତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପିପିଲି ପୋଲିସ ପକ୍ଷରୁ ଲୌହ ମାନବ ସର୍ଦ୍ଧାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପାଳିତ