ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୨ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୨ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬

ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ନବରଙ୍ଗପୁର /ସମୀକ୍ଷା ନ୍ୟୁଜ :

ନବରଙ୍ଗପୁର ଜିଲ୍ଲା ମୁଖ୍ୟାଳୟଠାରେ ଆଜି ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ର ଉଦ୍‌ଯାପନୀ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସକୁ ମିଳିତ ଭାବେ ପାଳନ କରାଯାଇ ଏକ ବିଶାଳ ସଚେତନତା ରାଲିର ଆୟୋଜନ କରାଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟସ୍ଥ ଆମ୍ବେଦକର ଛକଠାରେ ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ଗୌରୀଶଙ୍କର ମାଝୀ, ଜିଲ୍ଲାପାଳ ଶ୍ରୀମତୀ ମଧୁମିତା, ଆରକ୍ଷୀ ଅଧୀକ୍ଷକ ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶ ଏବଂ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ପ୍ରମୋଦ କୁମାର ପୃଷ୍ଟି ପତାକା ଦେଖାଇ ଏହି ସଚେତନତା ରାଲିର ଶୁଭାରମ୍ଭ କରିଥିଲେ। ରାଲିରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ବର୍ଗର ଲୋକେ ଯୋଗଦେଇ ଦୁର୍ନୀତି ବିରୋଧରେ ଜନସଚେତନତାର ବାର୍ତ୍ତା ପ୍ରସାର କରିଥିଲେ। ରାଲିଟି ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରି ମିଶନ ଶକ୍ତି ସମ୍ମିଳନୀ କକ୍ଷଠାରେ ପହଞ୍ଚିଥିଲା। ଏହି ଅବସରରେ ମାନ୍ୟବର ବିଧାୟକ ଶ୍ରୀ ମାଝୀଙ୍କ ଦ୍ୱାରା ଜାତୀୟ ଏକତା ଦିବସ, ନିଶାମୁକ୍ତ ଅଭିଯାନ ଏବଂ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ନିମନ୍ତେ ଶପଥ ପାଠ କରାଯାଇଥିଲା। ଉପସ୍ଥିତ ଛାତ୍ରଛାତ୍ରୀ ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏହି ଶପଥ ଗ୍ରହଣ କରି ସମାଜରେ ଏକତା, ଶୃଙ୍ଖଳା, ନିଶାମୁକ୍ତ ଜୀବନ ଓ ସ୍ୱଚ୍ଛ ପ୍ରଶାସନ ପ୍ରତିଷ୍ଠା ପାଇଁ ନିଜର ପ୍ରତିବଦ୍ଧତା ପ୍ରକାଶ କରିଥିଲେ।

ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ – ସମୀକ୍ଷା

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ନବରଙ୍ଗପୁର ସହରର ବିଭିନ୍ନ ସ୍ଥାନରେ ଏକ ସଚେତନତାଧର୍ମୀ ପଥପ୍ରାନ୍ତ ନାଟକ ମଧ୍ୟ ପରିବେଷଣ କରାଯାଇଥିଲା। ଏହି ନାଟକ ମାଧ୍ୟମରେ ଦୁର୍ନୀତିର କୁପରିଣାମ, ସାଧାରଣ ଜନତାଙ୍କ ଭୂମିକା ଏବଂ ସଚ୍ଚୋଟତା ଓ ନୈତିକ ମୂଲ୍ୟବୋଧର ଗୁରୁତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ପରବର୍ତ୍ତୀ ସମୟରେ ମିଶନ ଶକ୍ତି ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଉଦ୍‌ଯାପନୀ ସମାରୋହ ସହ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁର୍ନୀତିମୁକ୍ତ ସମାଜ ଗଠନରେ ପ୍ରତ୍ୟେକ ନାଗରିକଙ୍କ ଭୂମିକା ଓ ଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା, ଉତ୍ତରଦାୟିତ୍ୱ ଓ ସଚ୍ଚୋଟତା ବଜାୟ ରଖିବା ସହ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ମନୋଭାବ ଆପଣାଇବାକୁ ସେ ଆହ୍ୱାନ ଦେଇଥିଲେ। ବିଶେଷକରି ଯୁବପିଢ଼ି ନିଜ ଜୀବନରେ ସତ୍ୟନିଷ୍ଠା ଓ ନୈତିକତାକୁ ଗୁରୁତ୍ୱ ଦେଇ ଏକ ସୁସ୍ଥ ଓ ସ୍ୱଚ୍ଛ ସମାଜ ଗଠନରେ ସହଭାଗୀ ହେବାକୁ ସେ ପରାମର୍ଶ ଦେଇଥିଲେ। ସଭାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଉଦ୍ଦେଶ୍ୟ ଓ ଏହାର ଗୁରୁତ୍ୱ ସମ୍ପର୍କିତ ସଚେତନତାମୂଳକ କ୍ଷୁଦ୍ର ଭିଡିଓ ପ୍ରଦର୍ଶନ କରାଯାଇଥିଲା। ଏହା ମାଧ୍ୟମରେ ସଚ୍ଚୋଟତା, ସ୍ୱଚ୍ଛତା ଓ ଦୁର୍ନୀତି ବିରୋଧୀ ଜନସଚେତନତାର ବାର୍ତ୍ତା ଉପସ୍ଥିତ ଜନସାଧାରଣଙ୍କ ନିକଟରେ ପହଞ୍ଚାଯାଇଥିଲା।

ସପ୍ତାହବ୍ୟାପୀ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର କୃତିତ୍ୱ ହାସଲ କରିଥିବା ଛାତ୍ର, ଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସଚ୍ଚୋଟତା, ନୈତିକତା ଓ ସାମାଜିକ ଦାୟିତ୍ୱବୋଧର ଭାବନାକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା ପ୍ରକାଶ କରାଯାଇଥିଲା। ଏହି ସମାରୋହରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ କୁମାର ମିଶ୍ର, ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ, ନବରଙ୍ଗପୁର ଶ୍ରୀ ରାଜୀବ କୁମାର ସାହୁ, ବିଡିଓ ଶ୍ରୀ ସୁନୀଲ ଖୋରା, ତହସିଲଦାର ଶ୍ରୀ ଭୋଳେଶ୍ୱର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଏଥିସହ ଭିଜିଲାନ୍ସ ବିଭାଗର ଇନ୍ସପେକ୍ଟର ଶ୍ରୀ ଭୀମସେନ ପୂଜାରୀ, ଶ୍ରୀ ସଞ୍ଜୟ କୁମାର ସାହୁ, ଶ୍ରୀ ଜି. ସୂର୍ଯ୍ୟ ପ୍ରକାଶ ଏବଂ ଶ୍ରୀ ଦିବ୍ୟନନ୍ଦ ବେହେରା ମଧ୍ୟ ଯୋଗଦେଇଥିଲେ। ଶେଷରେ ଭିଜିଲାନ୍ସ ବିଭାଗର ଉପ ଆରକ୍ଷୀ ଅଧୀକ୍ଷକ ଶ୍ରୀମତୀ ଜୟଶ୍ରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସଲା ପରିଚାଳନା କରିଥିଲେ।

ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଦୁର୍ଘଟଣାରେ ଗୁରୁତର ଆହତ ଅଙ୍ଗନବାଡ଼ି କର୍ମୀଙ୍କ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ସହାୟତା