ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୫ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୫ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୫ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୫ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ମାଲକାନଗିରିରେ ଏକତା ପଦଯାତ୍ରା ଆୟୋଜିତ

ମାଲକାନଗିରିରେ ଏକତା ପଦଯାତ୍ରା ଆୟୋଜିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି :୩୧/୧୦/୨୬

ଜାତୀୟ ଏକତା, ଭାଇଚାରା ଓ ସାମାଜିକ ସଦ୍‌ଭାବନାର ବାର୍ତ୍ତା ନେଇ ମାଲକାନଗିରି ଜିଲ୍ଲା ସଦର ମହକୁମାରେ ଆଜି ଏକ ଭବ୍ୟ ‘ଏକତା ପଦଯାତ୍ରା’ ଆୟୋଜିତ ହୋଇଯାଇଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ (ରାଷ୍ଟ୍ରୀୟ ଏକତା ଦିବସ) ଅବସରରେ ଆୟୋଜିତ ଏହି ପଦଯାତ୍ରା ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରୁ ବାହାରି ଜିଲ୍ଲା କ୍ରୀଡ଼ା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା।ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମି, ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ, ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍, ବନଖଣ୍ଡ ଅଧିକାରୀ ସାଇ କିରଣ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା କ୍ରୀଡ଼ା ଅଧିକାରୀ ମୁନା ତୁରୁକ୍‌, ଜିଲ୍ଲା ଯୁବ ଅଧିକାରୀ ଏବଂ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରା ପ୍ରାରମ୍ଭରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପ୍ରତିଛବିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

ମାଲକାନଗିରିରେ ଏକତା ପଦଯାତ୍ରା ଆୟୋଜିତ – ସମୀକ୍ଷା

ଏହାପରେ ସାଂସଦ ଶ୍ରୀ ମାଝୀଙ୍କ ନେତୃତ୍ୱରେ ଉପସ୍ଥିତ ସମସ୍ତ କର୍ମକର୍ତ୍ତା ଓ ସାଧାରଣ ଜନତା ଜାତୀୟ ଏକତା ଓ ଅଖଣ୍ଡତା ରକ୍ଷା ପାଇଁ ‘ଏକତା ସଂକଳ୍ପ’ ପାଠ କରିଥିଲେ। ଏହି ଅବସରରେ ସାଂସଦ କହିଥିଲେ, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଦର୍ଶ ଓ ବଳିଦାନ ଆମ ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଛି। ଏକ ସୁଦୃଢ଼, ସମୃଦ୍ଧ ଓ ବିକଶିତ ଭାରତ ଗଠନ ପାଇଁ ଜାତୀୟ ଏକତା, ସଦ୍‌ଭାବନା ଓ ଭାଇଚାରାର ବାର୍ତ୍ତାକୁ ପ୍ରତ୍ୟେକ ନାଗରିକଙ୍କ ନିକଟରେ ପହଞ୍ଚାଇବା ଆମ ସମସ୍ତଙ୍କର କର୍ତ୍ତବ୍ୟ।ଏହି ପଦଯାତ୍ରାରେ ମାଲକାନଗିରି ଜିଲ୍ଲା ଆରକ୍ଷୀ କର୍ମଚାରୀ, ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀର କ୍ୟାଡେଟ୍, ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନସାଧାରଣ ବହୁ ସଂଖ୍ୟାରେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ସୂଚନାଯୋଗ୍ୟ ଯେ, ସ୍ୱାଧୀନତା ପରେ ୫୬୦ରୁ ଉର୍ଦ୍ଧ୍ୱ ଦେଶୀୟ ରାଜ୍ୟକୁ ଭାରତୀୟ ସଂଘରେ ମିଶ୍ରଣ କରି ଏକ ସୁଦୃଢ଼ ଓ ଆଖଣ୍ଡ ଭାରତ ଗଠନ କରିଥିବା ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଜୟନ୍ତୀକୁ ପ୍ରତିବର୍ଷ ଦେଶବ୍ୟାପୀ ‘ରାଷ୍ଟ୍ରୀୟ ଏକତା ଦିବସ’ ଭାବେ ପାଳନ କରାଯାଏ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମାଲକାନଗିରିରେ ‘ଶୌର୍ଯ୍ୟ କାଫେ’ର ଶିଳାନ୍ୟାସ: ଅମର ଶହୀଦଙ୍କୁ ଜିଲ୍ଲା ପ୍ରଶାସନର ବିନମ୍ର ଶ୍ରଦ୍ଧାଞ୍ଜଳି