ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୭ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୭ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୭ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୭ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୭ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୭ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୭ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୭ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୮ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୮ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଶୋଚନୀୟ ଅବସ୍ଥାରେ ଭୈଷାଦରହା କୁରଲୁପାଳି ରାସ୍ତା

ଶୋଚନୀୟ ଅବସ୍ଥାରେ ଭୈଷାଦରହା କୁରଲୁପାଳି ରାସ୍ତା – ସମୀକ୍ଷା ଖବର

ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ:

ଝାରବନ୍ଧ, ୩୧।୧୦: ରାସ୍ତା ମରାମତି ଅଭାବରୁ ଦିନକୁ ଦିନ ବିପର୍ଯ୍ୟସ୍ତ ହେଉଛି ଭୈଷାଦରହା–କୁରଲୁପାଳି ମୁଖ୍ୟ ରାସ୍ତା। ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଥିବାବେଳେ ଅସରାଏ ବର୍ଷା ହେଲେ ଆଣ୍ଠୁଏ ପାଣି ଜମି ରହୁଛି। ଏଥିଯୋଗୁଁ ଯାତାୟାତରେ ନାନା ସମସ୍ୟା ଉପୁଜିବା ସହ ଦୁର୍ଘଟଣା ଆଶଙ୍କା ଦେଖାଦେଇଛି। ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଭୈଷାଦରହାରୁ କୁରଲୁପାଳିକୁ ସଂଯୋଗ କରୁଥିବା ଏହି ରାସ୍ତା ବସନା ଓ ଖରିଆର ରୋଡ୍‌ ଦେଇ ନୂଆପଡ଼ା ଅଞ୍ଚଳକୁ ଯୋଗାଯୋଗର ପ୍ରମୁଖ ମାଧ୍ୟମ। ଏହି ରାସ୍ତା ଉପରେ ଦୈନିକ ବହୁ ଲୋକ ଓ ଯାନବାହନ ନିର୍ଭର କରୁଛନ୍ତି। ହେଲେ ରାସ୍ତାର ଅନେକ ସ୍ଥାନରେ ପିଚୁ ଉଠିଯାଇ ବଡ଼ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ବର୍ଷା ହେଲେ ଏହି ଗର୍ତ୍ତଗୁଡ଼ିକ ପାଣିରେ ଭରିଯାଉଥିବାରୁ ଯାନବାହନ ଚାଳକମାନେ ଖାଲର ଗଭୀରତା ଜାଣି ନପାରି ଅସୁବିଧାରେ ପଡ଼ୁଛନ୍ତି। ବିଶେଷକରି ଦୁଇଚକିଆ ଯାନ ଚାଳକ ଓ ରାତିରେ ଯାତାୟାତ କରୁଥିବା ଲୋକଙ୍କ ପାଇଁ ଏହି ରାସ୍ତା ବିପଦପୂର୍ଣ୍ଣ ହୋଇପଡ଼ିଛି। ଅନ୍ୟପକ୍ଷରେ ଅଳ୍ପ ବର୍ଷାରେ ରାସ୍ତା ଉପରେ ଏତେ ପରିମାଣର ପାଣି ଜମିବା ଜଳ ନିଷ୍କାସନ ବ୍ୟବସ୍ଥାର ଅଭାବକୁ ମଧ୍ୟ ପଦାରେ ପକାଇଛି। ଏକ ଗୁରୁତ୍ୱପୂର୍ଣ୍ଣ ଆନ୍ତଃରାଜ୍ୟ ଯୋଗାଯୋଗ ପଥର ଏଭଳି ଅବସ୍ଥା ପ୍ରତି ପ୍ରଶାସନିକ ଅଧିକାରୀ ତଥା ଜନ ପ୍ରତିନିଧି ଙ୍କ ଦୃଷ୍ଟି କେବେ ପଡ଼ିବ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ତୁରନ୍ତ ରାସ୍ତାର ମରାମତି, ଖାଲଖମା ପୂରଣ ଓ ଜଳ ନିଷ୍କାସନର ସ୍ଥାୟୀ ବ୍ୟବସ୍ଥା କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

ଶୋଚନୀୟ ଅବସ୍ଥାରେ ଭୈଷାଦରହା କୁରଲୁପାଳି ରାସ୍ତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଅର୍ଣ୍ଣବ ମାଡ଼ରେ ମକା ଚାଷ ଛାରଖାର, କ୍ଷତିପୂରଣ ଦାବିରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଚାଷୀ