ଭଗବାନ ମହାନ୍ତି / ଜିଲ୍ଲା ପ୍ରତିନିଧି /ଜଗତସିଂହପୁର /ସମୀକ୍ଷା ନ୍ୟୁଜ :
ଜଗତସିଂହପୁର, ତା ୩୧/୧୦/୨୬ ଆଜି ପୂର୍ବାହ୍ନ ରେ ଭାରତ ର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଏକ ଶପଥ ପାଠ ଉତ୍ସବର ଆୟୋଜନ ହୋଇଥିଲା। ଏହି ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଅଧ୍ୟକ୍ଷତା କରି ସମସ୍ତଙ୍କୁ ରାଷ୍ଟ୍ରୀୟ ଏକତା ଦିବସ ର ଶପଥ ପାଠ କରାଇଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଡେପୁଟି କଲେକ୍ଟର ଶ୍ରୀ ଭରତ ଚନ୍ଦ୍ର ପରିଡ଼ା, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଡେପୁଟି କଲେକ୍ଟର, ଅସିଷ୍ଟାଣ୍ଟ କଲେକ୍ଟର ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।






