ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୫ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ପାଟଣାରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ପାଟଣାରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି – ସମୀକ୍ଷା ଖବର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ /କେନ୍ଦୁଝର :

ପାଟଣା, ୩୧/୧୦: ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଓ ମଧ୍ୟାହ୍ନ ଭୋଜନ ସଚେତନତା ମେଳା ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ ଫିତା କାଟି ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ସମାରୋହରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ସେଠୀ, ଜଗଦୀଶ ନାୟକ, ପ୍ରଧାନଶିକ୍ଷୟିତ୍ରୀ ମାଳତୀ ମହାନ୍ତି, ଶିକ୍ଷକ ନେତା କମଳାକାନ୍ତ ପତି, ପାର୍ଥସାରଥୀ ବେଜ୍, କୁନାଲ କୁମାର ପଣ୍ଡା, ସନ୍ତୋଷ କୁମାର ନାଏକ ଓ ପ୍ରମୋଦ କୁମାର ମହାନ୍ତଙ୍କ ସମେତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ବ୍ଲକର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି ଶିଶୁ ମହୋତ୍ସବରେ ବ୍ଲକର ୧୩ଟି କ୍ଲଷ୍ଟରରୁ ଛାତ୍ରଛାତ୍ରୀମାନେ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। କୁଇଜ୍, ବକ୍ତୃତା, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ବିତର୍କ, ଚିତ୍ରକଳା, ଶିଳ୍ପକଳା ଓ ସଙ୍ଗୀତ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ମଧ୍ୟାହ୍ନ ଭୋଜନ ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ନୃତ୍ୟ ପରିବେଷଣ କରାଯାଇଥିଲା।ଉଦ୍‌ଯାପନୀ ଉତ୍ସବରେ କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ ସମାରୋହରେ ବିଧାୟକ ପ୍ରତିନିଧି କମଳାକାନ୍ତ ଦାଶ ମୁଖ୍ୟ ଅତିଥି ଏବଂ ବରିଷ୍ଠ ସମାଜସେବୀ ବିଦ୍ୟାଧର ଦାଶ, ଅଜୟ କୁମାର ଦାଶ, ସନାତନ ଦାଶ, ତହସିଲଦାର ଅଶ୍ୱିନୀ କୁମାର ନାଏକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନସ କୁମାର ଦଣ୍ଡପାଟ ଓ ବଡ଼ପାଟଣା ଗ୍ରାମ ପଞ୍ଚାୟତର ସରପଞ୍ଚ ବିନତୀ ବାନରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।ଶିକ୍ଷକ ପାର୍ଥସାରଥୀ ବେଜ୍, ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ସମ୍ପାଦକ କମଳାକାନ୍ତ ପତି ଓ କୁନାଲ ପଣ୍ଡା କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।

ପାଟଣାରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବନ୍ୟାଞ୍ଚଳ ପରିଦର୍ଶନ କଲେ ବିଜେଡିର ରାଜ୍ୟସ୍ତରୀୟ ତଥ୍ୟ ଦଳ