ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୩ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୩ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୩ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୩ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୩ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୩ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୩ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୩ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୩ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୪ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ନଭେମ୍ବର ୩ରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା ପାଇଁ ନିର୍ଦ୍ଦେଶ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ନଭେମ୍ବର ୩ରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା ପାଇଁ ନିର୍ଦ୍ଦେଶ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ – ସମୀକ୍ଷା ଖବର

ସମୀକ୍ଷା ନ୍ୟୁଜ ବ୍ୟୁରୋ / ଭବାନୀପାଟଣା:

୦୨। ୧୧: ସମ୍ଭାବ୍ୟ ବାତ୍ୟା ‘ମୁରାସୁ’ର ମୁକାବିଲା ପାଇଁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ନଭେମ୍ବର ୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବା ସହ ୩ ଓ ୪ ତାରିଖରେ ବିଭିନ୍ନ ସ୍ଥାନରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ସଚିନ ପ୍ରକାଶ ପାୱାରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ଓସ୍ୱାନ୍ ଗୃହରେ ଏକ ଆଭାସୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ଯୋଗଦେଇ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ। ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ବିଭାଗକୁ ସଜାଗ ରହିବା ସହ ଅଧିକାରୀ ଓ କର୍ମଚାରୀମାନେ ନିଜ ନିଜ କର୍ମସ୍ଥଳୀରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ବିନା ଅନୁମତିରେ କେହି ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ଜନସାଧାରଣଙ୍କ ଧନଜୀବନ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି। ନଦୀକୂଳବର୍ତ୍ତୀ ଗ୍ରାମଗୁଡ଼ିକରେ ମାଇକ୍‌ ଯୋଗେ ସତର୍କ ସୂଚନା ପ୍ରଚାର, ଜିଲ୍ଲା, ବ୍ଲକ, ତହସିଲ, ଏନ୍‌ଏସି ଓ ପୌରପାଳିକା କାର୍ଯ୍ୟାଳୟରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଭୂସ୍ଖଳନ ଆଶଙ୍କା ଥିବା ଥୁଆମୂଳ ରାମପୁର, ଲାଞ୍ଜିଗଡ଼, ଏମ୍‌. ରାମପୁର ଓ କୋକସରା ବ୍ଲକରେ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି। ୨୮ଟି ବିଦ୍ୟାଳୟରେ ଅସ୍ଥାୟୀ ଆଶ୍ରୟସ୍ଥଳୀ ଏବଂ ବେଲଖଣ୍ଡି, ରାସଡୁମେର, ବାଲିଛଡ଼ା ଓ କୁଟେନ୍‌ଗାଁଠାରେ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି। ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରିବା ସହ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ୧୯୦୦ଟି ସାପକାମୁଡ଼ା ପ୍ରତିଷେଧକ ଇଞ୍ଜେକ୍ସନ, ୧୭୬୬ ରୋଲ୍‌ ପଲିଥିନ୍‌ ଏବଂ ପର୍ଯ୍ୟାପ୍ତ ପରିମାଣର ଚୁଡ଼ା, ଗୁଡ଼ ଓ ବିସ୍କୁଟ ମହଜୁଦ ରଖାଯାଇଛି। ଆବଶ୍ୟକସ୍ଥଳେ ରନ୍ଧାଖାଦ୍ୟ ଯୋଗାଣର ମଧ୍ୟ ବ୍ୟବସ୍ଥା ହୋଇଛି। ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ନଭେମ୍ବର ୩ ତାରିଖରେ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ବ୍ଲକରେ ପ୍ରସ୍ତୁତି ତଦାରଖ ପାଇଁ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ଉପଜିଲ୍ଲାପାଳମାନଙ୍କୁ ନୋଡାଲ ଦାୟିତ୍ୱ ଦିଆଯାଇଛି। ରାସ୍ତା, ପୋଲ, ବିଦ୍ୟୁତ୍‌, ପାନୀୟ ଜଳ, ଟେଲିକମ୍‌, ସ୍ୱାସ୍ଥ୍ୟ, ଅଗ୍ନିଶମ ଓ ଖାଦ୍ୟ ଯୋଗାଣ ବିଭାଗକୁ ନିଜ ନିଜ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ଆଗୁଆ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଏ ସମ୍ପର୍କିତ ରିପୋର୍ଟ ତୁରନ୍ତ ପ୍ରଦାନ କରିବାକୁ ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ନଭେମ୍ବର ୩ରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା ପାଇଁ ନିର୍ଦ୍ଦେଶ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ନୂଆଗାଁ:ଗୋଟିଏ ରାତିରେ ଦୁଇ ମଦ ଦୋକାନକୁ ଟାର୍ଗେଟ୍‌