ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:
ବଡ଼ସାହି, ୨/୧୧/୨୬ – ଭିନ୍ନକ୍ଷମ ମାନେ ସାଧାରଣ ଭାବେ ସକ୍ଷମ ନହେଲେବି ସ୍ୱତନ୍ତ୍ର ଭାବେ ସକ୍ଷମ । ଏଣୁ ବିଭିନ୍ନ ବ୍ଲକରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଜଣାପଡିଛି । ସେହି କ୍ରମରେ ବଡ଼ସାହି ପଂଚାୟତ ସମିତି ତରଫରୁ ବଡ଼ସାହି ବ୍ଲକ କାର୍ଯ୍ୟାଳୟ ପରିସରରେ ଆସନ୍ତା ଗୁରୁବାର, ୫ ନଭେମ୍ବରରେ ଏକ ଦିନିକିଆ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହେବା ନେଇ ସୂଚନା ରହିଛି । ତେଣୁ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଭିନ୍ନକ୍ଷମ ମାନଙ୍କୁ ଉପଯୁକ୍ତ ଭାବେ ସାମର୍ଥ୍ୟ କରାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଇବା ହେଉଛି ଏହି ଶିବିରର ମୂଳ ଲକ୍ଷ୍ୟ । ଏଣୁ ବଡ଼ସାହି ବ୍ଲକ ଅଧିନସ୍ଥ ସମସ୍ତ ଦିବ୍ୟାଙ୍ଗ ଭାଇଭଉଣୀ ମାନଙ୍କୁ ୫ ତାରିଖ, ଗୁରୁବାର ସକାଳ ୮ ଘଟିକାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଥିବା ଶିବିରରେ ଯୋଗ ଦେଇ ସରକାରଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ଉଦ୍ଦିଷ୍ଟ ଯୋଜନାର ଲାଭ ଉଠାଇବାକୁ ସୂଚନା ରହିଛି ।






