ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୨ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ବାରିପଦାରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

ବାରିପଦାରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୨/୧୧/୨୬ – ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା, ବାରିପଦା ଉପ-ଜିଲ୍ଲାପାଳ କସ୍ତୁରୀ ପଣ୍ଡା, ବାରିପଦା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ପ୍ରଣୟ ରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୦୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଛି । ଏଥିରେ ୧୭୧ ଗୋଟି ବ୍ୟକ୍ତିଗତ ଏବଂ ୩୫ ଗୋଟି ସାମୁହିକ ସମସ୍ୟା ଆସିଥିଲା। ଏହାସହ ୧୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଓ ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଜନ ଅଭିଯୋଗ ଶୁଣାଣୀ ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରି ସଫଳ କରିଥିଲେ ।

ବାରିପଦାରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଶ୍ରଦ୍ଧା ଫାଉଣ୍ଡେସନ ପକ୍ଷରୁ କର୍କଟ ସଚେତନତା