ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୨ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ବାରିପଦା: କାର ଧକ୍କାରେ ଦୁଇ ବ୍ୟାଟେରୀ ଅଟୋ ସହ ୮ ଯାତ୍ରୀ ଗୁରୁତର

ବାରିପଦା: କାର ଧକ୍କାରେ ଦୁଇ ବ୍ୟାଟେରୀ ଅଟୋ ସହ ୮ ଯାତ୍ରୀ ଗୁରୁତର – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୨/୧୧/୨୬ – ବାରିପଦାରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମ ସାରି ଫେରୁଥିବା ବେଳେ ବିଜେପିର ଉଦଳା ନିର୍ବାଚନ ମଣ୍ଡଳୀ ସାଧାରଣ ସମ୍ପାଦକଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଆଜି ଅପରାହ୍ନରେ ଉଦଳା ଥାନା ଅଧୀନ ୧୯ ନମ୍ବର ରାଜ୍ୟ ରାଜପଥର ବିସିପୁରସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି । ଦ୍ରୁତ ଗତିରେ ଉଦଳା ପଟେ ଯାଉଥିବା ଉକ୍ତ କା‌ରଟି ସମ୍ମୁଖରୁ ବାରିପଦା ଦିଗରେ ଆସୁଥିବା ଦୁଇଟି ବ୍ୟାଟେରୀ ଚାଳିତ ଯାତ୍ରୀବାହୀ ଟେମ୍ପୋ (ଅଟୋ)କୁ ମୁହାଁମୁହିଁ ଜୋରଦାର ଧକ୍କା ଦେଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ ଟେମ୍ପୋ ଦୁଇଟି ସମ୍ପୂର୍ଣ୍ଣ ଚୂରମାର୍ ହୋଇଯିବା ସହ କା‌ରର ଆଗ ଭାଗ ମଧ୍ୟ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଟେମ୍ପୋରେ ଥିବା ୫ ଜଣ ମହିଳାଙ୍କ ସମେତ ମୋଟ ୮ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବା ସହ ଗୋଟିଏ ଅଟୋ ହ୍ୟାଣ୍ଡଲରେ ଚାପି ହୋଇଥିବା ଡ୍ରାଇଭରକୁ ଶାବଳ ସାହାଯ୍ୟରେ ତାଡି ଉଦ୍ଧାର କରିଥିଲେ । ସମସ୍ତ ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିଗୁଡ଼ିକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

ବାରିପଦା: କାର ଧକ୍କାରେ ଦୁଇ ବ୍ୟାଟେରୀ ଅଟୋ ସହ ୮ ଯାତ୍ରୀ ଗୁରୁତର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବିଜେପିର ଗଣତନ୍ତ୍ର ବଞ୍ଚାଓ, ଅରାଜକତ ହଟାଓ କାର୍ଯ୍ୟକ୍ରମ ଜିଲ୍ଲା ବିଜେପି ପକ୍ଷରୁ ବାରିପଦାରେ ପଦଯାତ୍ରା ଓ ଜନସମାବେଶ