ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ବିଜୟ ରତ୍ନ ପତି/ ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/ କେନ୍ଦୁଝର:

କେନ୍ଦୁଝର,୨/୧୧: କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍‌ଠାରେ ସୋମବାର ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଜନସାଧାରଣ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସମ୍ପର୍କରେ ଅଭିଯୋଗ ଉପସ୍ଥାପନ କରିଥିଲେ। ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣି କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଥିଲେ।ଆଜିର ଏହି ଶିବିରରେ ମୋଟ ୧୮୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିବାବେଳେ ସେଥିମଧ୍ୟରୁ ୧୪୨ଟି ବ୍ୟକ୍ତିଗତ ଏବଂ ୩୮ଟି ସାମୂହିକ ଅଭିଯୋଗ ରହିଥିଲା। ଏଥିସହ ରେଡକ୍ରସ ପାଣ୍ଠିରୁ ସହାୟତା ପାଇବା ନିମନ୍ତେ ୬ଟି ଆବେଦନ ମଧ୍ୟ ଗ୍ରହଣ କରାଯାଇଥିଲା। ପଞ୍ଜିକୃତ ଅଭିଯୋଗଗୁଡ଼ିକ ମଧ୍ୟରୁ ୪୮ଟିର ତୁରନ୍ତ ସମାଧାନ କରାଯାଇଥିବାବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକର ଆଶୁ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ କୁହାଯାଇଥିଲା।
ଏହି ଶିବିରରେ ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ହନୁମନ୍ତ ଧାମଧେରେ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ମନ୍ଦରଧର ମହାଳିକ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୂଷଣ, ସିଡିଏମ୍‌ଓ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଧନେଶ୍ୱର ସେଠୀଙ୍କ ସମେତ ବିଭିନ୍ନ ବିଭାଗର ମୁଖ୍ୟ ଓ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣି କରିଥିଲେ।ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଓ ସରକାରୀ ସେବାକୁ ଅଧିକ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗାମୀ ଦିନରେ ବିଭିନ୍ନ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯିବ। ଏହି କ୍ରମରେ ନିମ୍ନଲିଖିତ ତାରିଖରେ ଶିବିର ଅନୁଷ୍ଠିତ ହେବ।

ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା
  • ୯ ନଭେମ୍ବର ୨୦୨୬ (ସୋମବାର): ପଞ୍ଚାୟତ ସମିତି କାର୍ଯ୍ୟାଳୟ, ହାଟଡିହି।
  • ୧୬ ନଭେମ୍ବର ୨୦୨୬ (ସୋମବାର): ପଞ୍ଚାୟତ ସମିତି କାର୍ଯ୍ୟାଳୟ, ବାଂଶପାଳ।
  • ୨୩ ନଭେମ୍ବର ୨୦୨୬ (ସୋମବାର): ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଚମ୍ପୁଆ।
  • ୩୦ ନଭେମ୍ବର ୨୦୨୬ (ସୋମବାର): ପଞ୍ଚାୟତ ସମିତି କାର୍ଯ୍ୟାଳୟ, ଘଟଗାଁ।

ଜନସାଧାରଣ ନିଜ ନିଜ ଅଞ୍ଚଳରେ ଆୟୋଜିତ ହେବାକୁ ଥିବା ଏହି ଶିବିରଗୁଡ଼ିକରେ ଯୋଗଦେଇ ନିଜର ସମସ୍ୟା ଓ ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମାଲକାନଗିରି ସୀମାନ୍ତରେ ବାଘ ସତର୍କ କରାଇଲା ବନ୍ ବିଭାଗ