ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨୨ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୨୫ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୩୦ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୩୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪୫ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୫୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଭଞ୍ଜପୁର: କାର୍ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଓ ଲକ୍ଷାଧିକ ନଗଦ ଟଙ୍କା ଜବତ

ଭଞ୍ଜପୁର: କାର୍ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଓ ଲକ୍ଷାଧିକ ନଗଦ ଟଙ୍କା ଜବତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୩/୧୧/୨୬ -ମୟୂରଭଞ୍ଜ ଜିଲ୍ଲା ଭଞ୍ଜପୁର ଥାନା ପୋଲିସକୁ ଆଜି ମିଳିଛି ଏକ ବଡ଼ ଧରଣର ସଫଳତା । ଲକ୍ଷ୍ମୀପୋଷିସ୍ଥିତ କେବି ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡାଇ ଗୋଡାଇ ବେଆଇନ ଗଞ୍ଜେଇ ଚାଲାଣ କାର ଉପରେ ଚଢ଼ାଉ କରି ପୁଲିସ ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଏଥିସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ, ନଗଦ ଟଙ୍କା ଏବଂ ଚାଲାଣରେ ବ୍ୟବହୃତ ଏକ ଦାମୀ କାର୍ ମଧ୍ୟ ଜବତ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଲକ୍ଷ୍ମୀପୋଷି କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ଦେଇ ଏକ କାରରେ ବିପୁଳ ପରିମାଣର ନିଶାଦ୍ରବ୍ୟ ଚାଲାଣ ହେଉଥିବା ନେଇ ଭଞ୍ଜପୁର ପୋଲିସକୁ କୌଣସି ସୂତ୍ରରୁ ଗୁଇନ୍ଦା ସୂଚନା ମିଳିଥିଲା । ଖବର ପାଇ ପୋଲିସ ଟିମ୍ ତୁରନ୍ତ ଘଟଣାସ୍ଥଳରେ ନାକାବନ୍ଦୀ କରି ଯାନବାହନ ଯାଞ୍ଚ ଆରମ୍ଭ କରିଥିଲା । ଏହି ସମୟରେ ସନ୍ଦିଗ୍ଧ ପଶ୍ଚିମବଙ୍ଗ ନମ୍ବର ଥିବା ଏକ କାର୍‌କୁ ଅଟକାଇ ତଲାସି କରିବା ପରେ ଗାଡ଼ି ଭିତରୁ ୧ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ମିଳିଥିଲା । ପୁଣି ପୁଲିସ ତୁରନ୍ତ ଗାଡ଼ିରେ ଥିବା ୩ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିବା ସହ ଘଟଣାସ୍ଥଳରୁ ଉକ୍ତ ଚାଲାଣ ଗଞ୍ଜେଇ, ନଗଦ ଲକ୍ଷାଧିକ ଟଙ୍କା ଓ କାର୍‌ଟିକୁ ଜବତ କରିଛି । ଗିରଫ ଅଭିଯୁକ୍ତମାନଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରହିଛି । ଏହି ଗଞ୍ଜେଇ କେଉଁଠାରୁ ଆସି କେଉଁ ସ୍ଥାନକୁ ଚାଲାଣ କରାଯାଉଥିଲା ଏବଂ ଏହି ର‍୍ୟାକେଟ୍ ପଛରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେ ନେଇ ପୁଲିସ ପକ୍ଷରୁ ଅଧିକ ତଦନ୍ତ ଚାଲିଥିବା ଜଣାପଡ଼ିଛି ।

ଭଞ୍ଜପୁର: କାର୍ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଓ ଲକ୍ଷାଧିକ ନଗଦ ଟଙ୍କା ଜବତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର: ପୋଲିସର ବଡ଼ ଚଢ଼ାଉ, ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣ ଓ ବିସ୍ଫୋରକ ସାମଗ୍ରୀ ଜବତ