ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
ଏବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୫ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୩୪ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୪୩ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫୨ ମିନିଟ ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା ୧ ଘଣ୍ଟା ପୂର୍ବେRoad construction India ranks second world: ରାସ୍ତା ନିର୍ମାଣରେ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ଭାରତ ୧ ଘଣ୍ଟା ପୂର୍ବେBollywood actress Nora Fatehi ₹200 crore fraud case: ଅଡୁଆରେ ବଲିଉଡ୍ ଅଭିନେତ୍ରୀ ନୋରା ଫତେହି! ₹୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ହାଜର
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

Dr Ashok Mahapatra: ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର

Dr Ashok Mahapatra: ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର – ସମୀକ୍ଷା ଖବର
Dr Ashok Mahapatra: ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର – ସମୀକ୍ଷା

ସୀମାଚଳ ମିଶ୍ର/ଜିଲ୍ଲା ପ୍ରତିନିଧି/ପୁରୀ/ ସମୀକ୍ଷା ନ୍ୟୁଜ:

ପୁରୀ/୪/୧୧/୨୦୨୬ : ଆଜି ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ମର ଶରୀର। ପୁରୀ ସ୍ୱର୍ଗଦ୍ୱାରରେ ସମ୍ପନ୍ନ ହେଲା ଶେଷକୃତ୍ୟ ।ଶ୍ରୀ ମହାପାତ୍ରଙ୍କ ଝିଅ ଶୁଭଶ୍ରୀ ମହାପାତ୍ର ମୁଖାଗ୍ନି ଦେଇଥିବା ବେଳେ ତାଙ୍କ ସହ ପୁତୁରା ଶୁଭାଶିଷ ମହାପାତ୍ର ଶ୍ରାଦ୍ଧ କର୍ମ କରିଥିଲେ । ପରିବାର ବର୍ଗ ଓ ଶୁଭେଚ୍ଛୁମାନଙ୍କ ଉପସ୍ଥିତିରେ ଶୋକାକୁଳ ପରିବେଶରେ ତାଙ୍କର ଦାହ ସଂସ୍କାର କରାଯାଇଛି । ସ୍ୱର୍ଗଦ୍ୱାର ଠାରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯିବା ପରେ ତାଙ୍କ ପୁତୁରା ଶୁଭାଶିଷ ଓ ଝିଆରୀ ଶୁଭଶ୍ରୀ ତାଙ୍କୁ ଅପରାହ୍ନ ୧ ଟା ୧୫ ମିନିଟ୍ ରେ ମୁଖାଗ୍ନି ଦେଇଥିଲେ। ପରିବାରଙ୍କ ମଧ୍ୟରେ ତାଙ୍କ ଭଉଣୀ,ପୁତୁରା,ପୁତୁରା ବୋହୂ,ଭାଇମାନେ ଓ ଅନେକ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ ତରଫରୁ ଉପଜିଲ୍ଲାପାଳ ରାଜକିଶୋର ଜେନାଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସନ୍ତୋଷ ସେଠୀ, କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀ ସାଂସଦ ସମ୍ବିତ ପାତ୍ର, ପୁରୀର ପୂର୍ବତନ ବିଧାୟକ ତଥା ଡାକ୍ତର ଅଶୋକ ମହାପାତ୍ରଙ୍କ ସମ୍ପର୍କୀୟ ଭାଇ ଜୟନ୍ତ ଷଡ଼ଙ୍ଗୀ,ଉପସ୍ଥିତ ରହି ଶେଷ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଶ୍ରୀ ମହାପାତ୍ରଙ୍କ ମର ଶରୀର ଭୁବନେଶ୍ୱରରୁ ଆସିବାପରେ ତାଙ୍କ ଗ୍ରାମ ବିରଗୋବିନ୍ଦପୁରକୁ ଯାଇଥିଲା । ସେଠାରେ ତାଙ୍କ ସହପାଠୀ, ଗ୍ରାମବାସୀ ଓ କୁଟୁମ୍ବ ବର୍ଗ ଶେଷ ଦର୍ଶନ କରିବା ପରେ ସିଧାସଳଖ ସ୍ୱର୍ଗଦ୍ୱାରରେ ପହଞ୍ଚିଥିଲା।

Dr Ashok Mahapatra: ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସର୍ବଦା ସ୍ମରଣୀୟ ହୋଇ ରହିବେ ବରିଷ୍ଠ ଡାକ୍ତର ପଦ୍ମଶ୍ରୀ ଡା. ଅଶୋକ କୁମାର ମହାପାତ୍ର