ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୩ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୪ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୪ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୪ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Nuapada Mandia Divas: ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ, ୧୦ ଜଣ ପ୍ରଗତିଶୀଳ ମାଣ୍ଡିଆ ଚାଷୀଙ୍କୁ ସମ୍ବର୍ଦ୍ଧିତ

Nuapada Mandia Divas: ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ, ୧୦ ଜଣ ପ୍ରଗତିଶୀଳ ମାଣ୍ଡିଆ ଚାଷୀଙ୍କୁ ସମ୍ବର୍ଦ୍ଧିତ – ସମୀକ୍ଷା ଖବର

ତେଜୁରାମ ନାଏକ/ ସ୍ୱତନ୍ତ୍ର ପ୍ରତିନିଧି /ନୂଆପଡା /ସମୀକ୍ଷା ନ୍ୟୁଜ : 05-11-2026

ଶ୍ରୀ ଅନ୍ନ ଅଭିଯାନ ଆନୁକୂଲ୍ୟରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆଜି ନୂଆପଡ଼ା ଜିଲ୍ଲା ସିଲଦାସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ-୨୦୨୬ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ। ପ୍ରାରମ୍ଭରେ ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ପୁଷ୍ଟିକର ଖାଦ୍ୟ ସାମଗ୍ରୀର ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଏଥିରେ ମାଣ୍ଡିଆର ବହୁମୁଖୀ ବ୍ୟବହାର ଓ ପୁଷ୍ଟିଗତ ଉପକାରିତା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଏହାପରେ ଆୟୋଜିତ ସଭାରେ ମୁଖ୍ୟ ଅତିଥିଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳବିଭାଜିକା ସନ୍ତୋଷ କୁମାର ରଥ ଏବଂ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଜଗବନ୍ଧୁ ପଟେଲ ମଞ୍ଚାସୀନ ଥିଲେ। ଚଳିତ ବର୍ଷ ମାଣ୍ଡିଆ ଦିବସର ବିଷୟବସ୍ତୁ ‘ସହନଶୀଳ ଖାଦ୍ୟ ପ୍ରଣାଳୀ ପାଇଁ ଗୋଷ୍ଠୀଭିତ୍ତିକ ବିହନ ବ୍ୟବସ୍ଥା ଓ କୃଷି ଜୈବବିବିଧତା’ ଉପରେ ଆଧାରିତ ଥିଲା। ଏହି ଅବସରରେ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟର ପୋଷଣଗତ ଗୁଣବତ୍ତା, ସ୍ୱାସ୍ଥ୍ୟ ଉପକାରିତା ଏବଂ ପରିବେଶ ଅନୁକୂଳ ଚାଷ ପ୍ରଣାଳୀର ଗୁରୁତ୍ୱ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହ ମାଣ୍ଡିଆ ଚାଷର ପ୍ରସାର, ଦୈନନ୍ଦିନ ଖାଦ୍ୟରେ ଏହାର ବ୍ୟବହାର ବୃଦ୍ଧି ଏବଂ ଚାଷୀମାନଙ୍କୁ ଏହି ଚାଷ ପ୍ରତି ଅଧିକ ଉତ୍ସାହିତ କରିବା ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଜିଲ୍ଲାର ପାଞ୍ଚଟି ବ୍ଲକ୍‌ରୁ ୧୦ ଜଣ ପ୍ରଗତିଶୀଳ ମାଣ୍ଡିଆ ଚାଷୀଙ୍କୁ ଚାଷ କ୍ଷେତ୍ରରେ ସେମାନଙ୍କର ଉଲ୍ଲେଖନୀୟ ଅବଦାନ ଓ ସଫଳତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, କୃଷି ବିଭାଗର ଅଧିକାରୀ, ଚାଷୀ ଓ ଗଣମାଧ୍ୟମ ପ୍ରତିନିଧି ତେଜୁରାମ ନାଏକ, ବିଶିକେଶନ ପଣ୍ଡା, ଲମ୍ବୋଦର ବାଗ, ଉପେନ୍ଦ୍ର ବାଗ, ତ୍ରିଲୋଚନ ପୋଢ଼ ଉପସ୍ଥିତ ଥିଲେ।

Nuapada Mandia Divas: ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ, ୧୦ ଜଣ ପ୍ରଗତିଶୀଳ ମାଣ୍ଡିଆ ଚାଷୀଙ୍କୁ ସମ୍ବର୍ଦ୍ଧିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Khariar Autonomous College Skill Development Yatra: ନୂଆପଡ଼ା: ଆଇସେକ୍ଟ ଓଡ଼ିଶା ଶାଖା ତରଫରୁ ଖଡ଼ିଆଳ ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ କୌଶଳ ବିକାଶ ଯାତ୍ରା