ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Jagatsinghpur Millet Day: ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ-୨୦୨୬ ପାଳିତ

Jagatsinghpur Millet Day: ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ-୨୦୨୬ ପାଳିତ – ସମୀକ୍ଷା ଖବର

ଭଗବାନ ମହାନ୍ତି /ଜିଲା ପ୍ରତିନିଧି / ଜଗତସିଂହପୁର /ସମୀକ୍ଷା ନ୍ୟୁଜ:

ଜଗତସିଂହପୁର, ତା ୫/୧୧/୨୬: ଆଜି ପୂର୍ବାହ୍ନ ରେ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପୁରୋହିତପୁର, ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ‘ମାଣ୍ଡିଆ ଦିବସ-୨୦୨୬’ ମହାସମାରୋହରେ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ପ୍ରତିଷ୍ଠିତ ‘ଶ୍ରୀ ଅନ୍ନ ଅଭିଯାନ’ ଯୋଜନା ଅଧୀନରେ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଜିଲ୍ଲାରେ ମାଣ୍ଡିଆ ତଥା ପୋଷଣଯୁକ୍ତ କ୍ଷୁଦ୍ର ଶସ୍ୟର ଉତ୍ପାଦନ ବୃଦ୍ଧି କରିବା, ଏହାର ସଠିକ୍ ବଜାରୀକରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ସାଧାରଣ ଲୋକଙ୍କ ଖାଦ୍ୟ ତାଲିକାରେ ଏହାର ବହୁଳ ବ୍ୟବହାରକୁ ପ୍ରୋତ୍ସାହିତ କରିବା। ଏହି ଆଲୋଚନାଚକ୍ର ଓ ସମାରୋହରେ ଜଗତସିଂହପୁରର ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେ ନିଜ ବକ୍ତବ୍ୟରେ ମାଣ୍ଡିଆର ପୋଷକ ତତ୍ତ୍ୱ ଏବଂ ଆଧୁନିକ ଯୁଗରେ ଏହାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲା ପରିଷଦ ସଭାପତି ଶ୍ରୀ ମନୋଜ କୁମାର ଭୋଇ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ଚାଷୀମାନଙ୍କ ଆର୍ଥିକ ଉନ୍ନତିରେ ମାଣ୍ଡିଆ ଚାଷର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀଯୁକ୍ତ ବିଭୁଦତ୍ତ ସାହୁ ଏବଂ କୃଷି ବିଜ୍ଞାନ କେନ୍ଦ୍ରର (KVK) ବୈଜ୍ଞାନିକ ଡ. ପ୍ରଦୀପ୍ତ କୁମାର ମାଝୀଙ୍କ ସମେତ କୃଷି ବିଭାଗର ବହୁ ବରିଷ୍ଠ ଅଧିକାରୀ,କର୍ମଚାରୀ,ଜିଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ପ୍ରଶାନ୍ତ ସ୍ୱାଇଁ ଓ ସଚିବ ଶ୍ରୀ ଭଗବାନ ମହାନ୍ତି ଉପସ୍ଥିତ ଥିଲେ |କୃଷି ଅଧିକାରୀ ଓ କୃଷି ବୈଜ୍ଞାନିକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଚାଷୀମାନଙ୍କୁ ବୈଷୟିକ ଜ୍ଞାନକୌଶଳ ବିଷୟରେ ଅବଗତ କରାଇଥିଲେ।

Jagatsinghpur Millet Day: ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ-୨୦୨୬ ପାଳିତ – ସମୀକ୍ଷା

ଏହି ଦିବସ ପାଳନ ଅବସରରେ ଏକ ସ୍ୱତନ୍ତ୍ର ମାଣ୍ଡିଆ ଖାଦ୍ୟ ମହୋତ୍ସବ (ଫୁଡ୍ ଫେଷ୍ଟିଭାଲ୍) ଆୟୋଜିତ ହୋଇଥିଲା। ଏଥିରେ ଜିଲ୍ଲାର ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ର ସଦସ୍ୟାମାନେ ଅଂଶଗ୍ରହଣ କରି ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ପ୍ରକାରର ପାରମ୍ପରିକ ଓ ଆଧୁନିକ ସ୍ୱାଦିଷ୍ଟ ଖାଦ୍ୟ ତଥା ପାନୀୟ ସାମଗ୍ରୀ ପ୍ରଦର୍ଶିତ କରିଥିଲେ। ସାଧାରଣ ଜନତାଙ୍କ ପାଇଁ ଏଠାରେ ଅନେକ ମିଲେଟ୍ ପ୍ରଡକ୍ଟସ ଷ୍ଟଲ୍ ମଧ୍ୟ ଖୋଲାଯାଇଥିଲା, ଯେଉଁଠାରୁ ଲୋକମାନେ ମାଣ୍ଡିଆରୁ ପ୍ରସ୍ତୁତ ସ୍ନାକ୍ସ ଓ ଅନ୍ୟାନ୍ୟ ସାମଗ୍ରୀ ଆଗ୍ରହର ସହ କ୍ରୟ କରିଥିଲେ। ଏହି ସମାବେଶରେ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ୧୫୦ ରୁ ଅଧିକ ସଫଳ ଚାଷୀ ଏବଂ ଏସଏଚଜି ମହିଳାମାନେ ଯୋଗ ଦେଇଥିଲେ। ମାଣ୍ଡିଆ ଉତ୍ପାଦନ, ସଫଳ ପ୍ରକ୍ରିୟାକରଣ (Processing) ଏବଂ ବଜାରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ତଥା ଆଦର୍ଶ ପ୍ରଦର୍ଶନ କରିଥିବାରୁ ଜିଲ୍ଲାର ୬ ଜଣ ପ୍ରଗତିଶୀଳ ଚାଷୀ ଏବଂ ୪ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରି ଆନୁଷ୍ଠାନିକ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ କୃଷି ବିଭାଗ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇ ସଭା ଭଙ୍ଗ କରାଯାଇଥିଲା।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kotia Odisha But inhabitant from Andhra Pradesh: ଓଡିଶାରେ କୋଟିଆ କିନ୍ତୁ ଅଧିବାସୀ ଆନ୍ଧ୍ର ପ୍ରଦେଶ