ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୧ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୧ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୨ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୨ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୨ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୨ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୨ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Kuchipali Fisheries & Animal Resources: କୁଚିପାଲିରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

Kuchipali Fisheries & Animal Resources: କୁଚିପାଲିରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ – ସମୀକ୍ଷା ଖବର

ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ:

ମେଲଛାମୁଣ୍ଡା,୫। ୧୧ ସୋହେଲା ବ୍ଲକ ଅନ୍ତର୍ଗତ କୁଚିପାଲି ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶୋଭନ କୁମାର ନାୟକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ମେଳାରେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ସୋହେଲା ବ୍ଲକ ବିଡ଼ିଓ କରିସ୍ମା ବେଶ୍ରା ଏବଂ ଏ.ଭି.ଡି.ଓ. ପ୍ରମୁଖ ଯୋଗଦେଇ ଚାଷୀମାନଙ୍କୁ୍ ପ୍ରୋତ୍ସାହିତ କରିଥିଲେ । କାର୍ଯ୍ୟକ୍ରମର ଆରମ୍ଭରେ ସୋହେଲା ବ୍ଲକ ପ୍ରାଣୀଚିକିତ୍ସା ଅଧିକାରୀ ମେଳାର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଶ୍ରୀ ଆଚାର୍ଯ୍ୟ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ଆମ ଅଞ୍ଚଳର ଲୋକେ ମୁଖ୍ୟତଃ ଚାଷ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର ଚଳିତ ବର୍ଷ ଚାଷୀମାନେ ବିଭିନ୍ନ ବାଧାବିଘ୍ନର ସମ୍ମୁଖୀନ ହୋଇ ବେହାଲ ହୋଇପଡ଼ିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀମାନଙ୍କ ପାଇଁ ଅନେକ ଯୋଜନା ରହିଛି, କିନ୍ତୁ ଏହା କେବଳ ‘ଧର୍ମର ଆଖିଠାର’ ନହୋଇ ଯଦି ଠିକ୍ ଭାବେ କାର୍ଯ୍ୟକାରୀ କରାଯାଏ, ତେବେ ସୋହେଲା ବ୍ଲକର ପ୍ରକୃତ ଚାଷୀମାନେ ପ୍ରକୃତରେ ଉପକୃତ ହୋଇପାରିବେ ବୋଲି ସେ ମତବ୍ୟକ୍ତ କରିଥିଲେ।

Kuchipali Fisheries & Animal Resources: କୁଚିପାଲିରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ – ସମୀକ୍ଷା

ଜିଲ୍ଲା ମୁଖ୍ୟ ପ୍ରାଣୀଚିକିତ୍ସା ଅଧିକାରୀ ଶ୍ରୀ ନାୟକ ମତ୍ସ୍ୟଚାଷୀ ଓ ଗୋପାଳକମାନଙ୍କୁ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅବସରରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ସଫଳ ଚାଷୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ଉପଢ଼ୌକନ, ମାନପତ୍ର, ନଗଦ ରାଶି ଏବଂ ଚେକ୍ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା। ଏହି ମେଳାରେ ମତ୍ସ୍ୟ ବିଭାଗ, ପ୍ରାଣୀ ସମ୍ପଦ ବିଭାଗ, ଉଦ୍ଭିଦ ବିଭାଗ, କୃଷି ବିଭାଗ, ଶିଳ୍ପ ବିଭାଗ ଏବଂ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରଦର୍ଶନୀ କକ୍ଷ ଖୋଲାଯାଇଥିଲା । ସୋହେଲା ବ୍ଲକର ବିଭିନ୍ନ ପଞ୍ଚାୟତରୁ ବହୁସଂଖ୍ୟାରେ ଚାଷୀ ଯୋଗଦେଇ ଏଥିରୁ ଜ୍ଞାନକୌଶଳ ହାସଲ କରିଥିଲେ । ବ୍ଲକ ପ୍ରାଣୀଚିକିତ୍ସା ଅଧିକାରୀ ଓ ବିଭାଗୀୟ କର୍ମଚାରୀମାନେ ମେଳା ପରିଚାଳନାରେ ସମସ୍ତ ପ୍ରକାର ସହଯୋଗ କରିଥିଲେ ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Rabi Panda president for the eighth time: ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡର ଦ୍ଵିବାର୍ଷିକ ନିର୍ବାଚନ ରବିପଣ୍ଡା ଅଷ୍ଟମ ଥର ଲାଗି ସଭାପତି