ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ – ସମୀକ୍ଷା ଖବର

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ:

ଖୋରଧା ,୩୦/୮ – ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ପ୍ରସାର, ଶିକ୍ଷାର ମାନବୃଦ୍ଧି ଏବଂ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ପାସ ହାରକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଉପସ୍ଥାନ,ଶିକ୍ଷଣ ଦକ୍ଷତା,ପାଠପଢ଼ାର ଗୁଣବତ୍ତା,ପରୀକ୍ଷା ପ୍ରସ୍ତୁତି ଏବଂ ପୂର୍ବ ପରୀକ୍ଷା ଫଳାଫଳ ସମ୍ପର୍କରେ ଆଲୋଚନା କରାଯାଇଥିଲା।

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ – ସମୀକ୍ଷା

ବିଶେଷ କରି ଯେଉଁ ବିଦ୍ୟାଳୟ ଗୁଡ଼ିକରେ ପରୀକ୍ଷା ଫଳାଫଳ ଆଶାନୁରୂପ ହୋଇନାହିଁ, ସେଠାରେ ଏହାର କାରଣ ଚିହ୍ନଟ କରି ଆବଶ୍ୟକ ସୁଧାରମୂଳକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଛାତ୍ରଛାତ୍ରୀଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି ସହ ଦୁର୍ବଳ ବିଷୟ ଗୁଡ଼ିକ ପ୍ରତି ଅଧିକ ଧ୍ୟାନ ଦେବା, ଆବଶ୍ୟକ ସ୍ଥଳରେ ଅତିରିକ୍ତ ଶିକ୍ଷାଦାନ ଓ ଅଭ୍ୟାସ କାର୍ଯ୍ୟକ୍ରମ କରିବା, ନିୟମିତ ଭାବେ ପରୀକ୍ଷା ଓ ମୂଲ୍ୟାୟନ କରିବା ଏବଂ ଶିକ୍ଷକ-ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରଖିବା ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ଛାତ୍ରଛାତ୍ରୀ ନିଜର ପ୍ରତିଭା,ସାମର୍ଥ୍ୟ ଓ ଦକ୍ଷତା ଅନୁଯାୟୀ ଆଗକୁ ବଢ଼ିପାରିବେ, କୌଣସି ଛାତ୍ରଛାତ୍ରୀ ଯେପରି ଶିକ୍ଷାରୁ ବଞ୍ଚିତ ନହୁଅନ୍ତି ଏବଂ ଚିଲିକା ନିର୍ବାଚନ ମଣ୍ଡଳୀର ବିଦ୍ୟାଳୟ ଗୁଡ଼ିକର ପରୀକ୍ଷା ଫଳାଫଳକୁ ଆଗାମୀ ଦିନରେ ଆହୁରି ଉତ୍କୃଷ୍ଟ କରାଯାଇପାରିବ,ସେ ଦିଗରେ ଗୁରୁତ୍ୱ ଦେବାକୁ ଉପସ୍ଥିତ ଅଧିକାରୀ, ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି।ଏହିଅବସରରେ ଖୋରଧା ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ‌, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମଧୁସ୍ମିତା ତ୍ରିପାଠୀଙ୍କ ସମେତ ବ୍ଲକ ଶିକ୍ଷା ଅଧିକାରୀ,ସମସ୍ତ ପ୍ରଧାନଶିକ୍ଷକ/ପ୍ରଧାନଶିକ୍ଷୟିତ୍ରୀ, ସମସ୍ତ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କୁ ନେଇ ଆଇନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଗାଇସିଲେଟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର, ୪୨ ୟୁନିଟ୍ ରକ୍ତ ସଂଗ୍ରହ