ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେFormer clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ ୨ ଘଣ୍ଟା ପୂର୍ବେKeonjhar Polio Drops: କେନ୍ଦୁଝର ଜିଲ୍ଲାରେ ପ୍ରଥମ ଦିନ ୮୫% ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ ୨ ଘଣ୍ଟା ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୨ ଘଣ୍ଟା ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୨ ଘଣ୍ଟା ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୨ ଘଣ୍ଟା ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୩ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୩ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୪ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୪ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା କେନ୍ଦୁଝର ମାଲକାନଗିରି ବରଗଡ଼

Absence of Chikiti CHC official: ଚିକିଟି CHC ଅଧିକାରୀଙ୍କ ଅନୁପସ୍ଥିତି-ଫୋନ୍ କଲେ ବି ମିଳୁନି ଉତ୍ତର

Absence of Chikiti CHC official: ଚିକିଟି CHC ଅଧିକାରୀଙ୍କ ଅନୁପସ୍ଥିତି-ଫୋନ୍ କଲେ ବି ମିଳୁନି ଉତ୍ତର – ସମୀକ୍ଷା ଖବର

ଅକ୍ଷୟ କୁମାର ସାହୁ / ସମୀକ୍ଷା ପ୍ରତିନିଧି / ଚିକିଟି:

ଚିକିଟି – ବାତ୍ୟା ଓ ବନ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟ ରବିବାର ମଧ୍ୟ ଖୋଲା ରଖିବାକୁ ଗଞ୍ଜାମ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିବାବେଳେ ଚିକିଟି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର (CHC)ରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ସତ୍ତ୍ୱେ ରବିବାର ଦିନ ୧୨ଟା ସୁଦ୍ଧା ସ୍ୱାସ୍ଥ୍ୟକେନ୍ଦ୍ରରେ ଦାୟିତ୍ୱରେ ଥିବା କେତେକ ପ୍ରମୁଖ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଯୋଗ ଅନୁଯାୟୀ, CHC ସୁପରଟେଣ୍ଡେଣ୍ଟ ଡା. ମନୋଜ ପାଢ଼ୀ, PHEO ବନବିହାରୀ ନାୟକ ଓ BPM ରାମଚନ୍ଦ୍ର ସାହୁ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ନଥିଲେ। ଅନ୍ୟପକ୍ଷରେ ମାତ୍ର ଜଣେ ଡାକ୍ତରଙ୍କ ଭରସାରେ ରୋଗୀ ସେବା ଚାଲିଥିବା ଜଣାପଡ଼ିଛି। ସବୁଠାରୁ ଗୁରୁତର ଅଭିଯୋଗ ହେଉଛି, ଅନୁପସ୍ଥିତ ଅଧିକାରୀମାନଙ୍କ ସହ ଫୋନ୍ ଯୋଗେ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ସେମାନେ ଫୋନ୍ ଉଠାଇ ନଥିବା ଅଭିଯୋଗ ହୋଇଛି। ବାତ୍ୟା ଓ ବନ୍ୟା ପରି ଜରୁରୀ ପରିସ୍ଥିତିରେ ସ୍ୱାସ୍ଥ୍ୟସେବାର ଗୁରୁତ୍ୱ ଅଧିକ ରହିଥିବାବେଳେ ଜିଲ୍ଲାପାଳଙ୍କ ସ୍ପଷ୍ଟ ନିର୍ଦ୍ଦେଶ ପରେ ମଧ୍ୟ ଏଭଳି ସ୍ଥିତି କାହିଁକି ସୃଷ୍ଟି ହେଲା, ତାହାକୁ ନେଇ ପ୍ରଶ୍ନ ଉଠିଛି। ଏହି ଘଟଣାର ତଦନ୍ତ କରି ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଜିଲ୍ଲା ପ୍ରଶାସନ ଉଚିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।

Absence of Chikiti CHC official: ଚିକିଟି CHC ଅଧିକାରୀଙ୍କ ଅନୁପସ୍ଥିତି-ଫୋନ୍ କଲେ ବି ମିଳୁନି ଉତ୍ତର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Meghasani Magazine Published: ପୁଣିଥରେ ପ୍ରକାଶ ପାଇଲା ମେଘାସନୀ ପତ୍ରିକା