ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୪୫ ମିନିଟ ପୂର୍ବେFormer clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ ୧ ଘଣ୍ଟା ପୂର୍ବେKeonjhar Polio Drops: କେନ୍ଦୁଝର ଜିଲ୍ଲାରେ ପ୍ରଥମ ଦିନ ୮୫% ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ ୧ ଘଣ୍ଟା ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୧ ଘଣ୍ଟା ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୧ ଘଣ୍ଟା ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୨ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୨ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୩ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୩ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା କେନ୍ଦୁଝର ମାଲକାନଗିରି ବରଗଡ଼

District level Joint Public Grievance: ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ: ୫୮ଟି ଅଭିଯୋଗ ଗ୍ରହଣ

District level Joint Public Grievance: ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ: ୫୮ଟି ଅଭିଯୋଗ ଗ୍ରହଣ – ସମୀକ୍ଷା ଖବର

ପୁଲକେଶ୍ୱର ମିଶ୍ର/ସ୍ୱତନ୍ତ୍ର ପ୍ରତିନିଧି/ଅନୁଗୋଳ/ସମୀକ୍ଷା ନ୍ୟୁଜ୍:

​ଅନୁଗୋଳ, ତା.୦୯.୧୧: ଆଜି ଜିଲ୍ଲାପାଳ ଶ୍ରୀ ଅବଦୁଲ ମୁହମ୍ମଦ ଅକ୍ତରଙ୍କ ଅଧ୍ୟକ୍ଷତାରେ ପବିତ୍ର ମୋହନ ସଭାଗୃହ, କଣିହାଁଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣି ଶିବିରରେ ସମୁଦାୟ ୫୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମାଞ୍ଚଳ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୯ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏହି ଅବସରରେ ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୧ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ତାଳଚେର ଉପଜିଲ୍ଲାପାଳ ଶ୍ରୀ ପ୍ରଜ୍ଞାନନ୍ଦ ଗିରି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଦିଲ୍ଲୀପ କୁମାର ପଟ୍ଟନାୟକ, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିଶ୍ଚଳ କୁମାର ପଟ୍ଟନାୟକ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, କଣିହାଁ ତହସିଲଦାର ଶ୍ରୀ ପ୍ରଣବ ରଞ୍ଜନ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଜ୍ଞାନୀବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଉପ-ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍‌ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମାଞ୍ଚଳ ଆବାସ, ଜମିଜମା ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

District level Joint Public Grievance: ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ: ୫୮ଟି ଅଭିଯୋଗ ଗ୍ରହଣ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Chikiti Panchayat Samiti: ଚିକିଟି ପଞ୍ଚାୟତ ସମିତିର AEE କ୍ୱାଟର ନିର୍ମାଣକୁ ନେଇ ଅନିମୀୟତା