ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୬ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୦ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨୫ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୩୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪୪ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫୩ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

National Legal Services Day: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ–୨୦୨୬ ପାଳିତ

National Legal Services Day: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ–୨୦୨୬ ପାଳିତ – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ: ୧୦ ନଭେମ୍ବର ୨୦୨୬

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ପକ୍ଷରୁ ଆଜି ଜାତୀୟ ଆଇନ ସେବା ଦିବସ–୨୦୨୬ ପାଳିତ ହୋଇଯାଇଛି। ଏହି ଅବସରରେ ଆଇନଜୀବୀ, ବରିଷ୍ଠ ନାଗରିକ, ସାମାଜିକ କର୍ମୀ, ପାରାଲିଗାଲ୍ ସ୍ୱେଚ୍ଛାସେବୀ ଓ ପାନେଲ୍ ଆଇନଜୀବୀମାନେ ଯୋଗଦେଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଶ୍ରୀ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍ସା ଗୋଛାୟତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ଆଇନ ସେବା ଦିବସର ମହତ୍ତ୍ୱ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଚଳିତ ବର୍ଷର ଦିବସ ପାଳନର ବିଷୟବସ୍ତୁ ରହିଛି l ସମସ୍ତଙ୍କ ପାଇଁ ନ୍ୟାୟ, ଆଇନ ସଚେତନତା ମାଧ୍ୟମରେ ନିଷ୍ପେଷିତ ବର୍ଗର ସଶକ୍ତୀକରଣ । ନିଜ ବକ୍ତବ୍ୟରେ ସେ କହିଥିଲେ ଯେ, ସମାଜର ପ୍ରତ୍ୟେକ ବର୍ଗର ନାଗରିକଙ୍କ ପାଇଁ ନ୍ୟାୟ ପ୍ରାପ୍ତିର ସମାନ ସୁଯୋଗ ସୁନିଶ୍ଚିତ କରିବା ଆଇନ ସେବା ପ୍ରାଧିକରଣର ମୁଖ୍ୟ ଲକ୍ଷ୍ୟ। ଆର୍ଥିକ ଓ ସାମାଜିକ ଦୁର୍ବଳତା ଯୋଗୁଁ ଯେପରି କୌଣସି ବ୍ୟକ୍ତି ନ୍ୟାୟ ପାଇବାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଯୋଗ୍ୟ ବ୍ୟକ୍ତିମାନଙ୍କୁ ମାଗଣା ଆଇନ ସହାୟତା ଯୋଗାଇ ଦିଆଯାଉଛି। ଏଥିସହ ଲୋକ ଅଦାଲତ, ଦେୱାନୀ ପ୍ରକ୍ରିୟା ମଧ୍ୟସ୍ଥତା ନିୟମାବଳୀ–୨୦୦୭ ଏବଂ ସ୍ଥାୟୀ ଲୋକ ଅଦାଲତ ମାଧ୍ୟମରେ ଜନ ଉପଯୋଗୀ ସେବା ସମ୍ପର୍କିତ ବିଭିନ୍ନ ଆଇନଗତ ବ୍ୟବସ୍ଥା ବିଷୟରେ ସେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ନବରଙ୍ଗପୁରର ଆଇନଜୀବୀ ଶ୍ରୀ ରାଜ କିଶୋର ନାଗ, ସାମାଜିକ କର୍ମୀ ଶ୍ରୀମତୀ ମନୋରମା ମାଝୀ, ଜେ.ଇ.ଏଲ୍.ସି. ନବରଙ୍ଗପୁରର ସଭାପତି ଶ୍ରୀ ନଗେନ୍ଦ୍ର ପଟ୍ଟନାୟକ, ଶ୍ରୀ ଯୁଧିଷ୍ଠିର ନାୟକ, ପାରାଲିଗାଲ୍ ସ୍ୱେଚ୍ଛାସେବୀ ଓ ପାନେଲ୍ ଆଇନଜୀବୀମାନେ ଯୋଗଦେଇଥିଲେ। ଶେଷରେ ଜେ.ଇ.ଏଲ୍.ସି. ନବରଙ୍ଗପୁରର ସଭାପତି ଶ୍ରୀ ନଗେନ୍ଦ୍ର ପଟ୍ଟନାୟକ ଉପସ୍ଥିତ ସମସ୍ତ ଅତିଥି ଓ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ପକ୍ଷରୁ ସମଗ୍ର କାର୍ଯ୍ୟକ୍ରମର ପରିଚାଳନା କରାଯାଇଥିଲା।

National Legal Services Day: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ–୨୦୨୬ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kosagumuda Block Joint Public Grievance: କୋଷାଗୁମୁଡ଼ା ବ୍ଲକଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର