ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୬ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୭ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୭ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୭ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୭ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Karanjia Fisheries and Animal Resources : କରଞ୍ଜିଆ: ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆୟୋଜିତ

Karanjia Fisheries and Animal Resources : କରଞ୍ଜିଆ: ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆୟୋଜିତ – ସମୀକ୍ଷା ଖବର

ଜିତେନ୍ଦ୍ର ରାଜ/କରଞ୍ଜିଆ ସାମ୍ବାଦିକ /ସମୀକ୍ଷା ନ୍ୟୁଜ:

ମତ୍ସ୍ୟ ଓ ପ୍ରାଣୀସମ୍ପଦ କ୍ଷେତ୍ରର ଅଭିବୃଦ୍ଧି ସହ ଚାଷୀଙ୍କ ଆର୍ଥିକ ସମୃଦ୍ଧି ଓ ସ୍ୱାବଲମ୍ବୀକରଣ ଲକ୍ଷ୍ୟରେ କରଞ୍ଜିଆ ଏନଏସିସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆୟୋଜିତ ହୋଇଯାଇଛି। ସରକାରୀ ଯୋଜନାଗୁଡ଼ିକୁ ଚାଷୀଙ୍କ ନିକଟରେ ପହଞ୍ଚାଇବା ସହ ଏହି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ଓ ଉନ୍ନତ ପଦ୍ଧତିର ପ୍ରୟୋଗ ମାଧ୍ୟମରେ ଚାଷୀଙ୍କୁ ଅଧିକ ଲାଭବାନ କରିବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଆୟୋଜନ କମିଟିର ଅଧ୍ୟକ୍ଷ ତଥା କରଞ୍ଜିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଭଦ୍ରା ମାରାଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଡଃ ଦୀପକ କୁମାର ମହାନ୍ତି ଓ ସାଂସଦଙ୍କ ପ୍ରତିନିଧି ଜ୍ୟୋସ୍ନାରାଣୀ ମହାନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ବ୍ରଜବନ୍ଧୁ ବେହେରା ମୁଖ୍ୟବକ୍ତା ଭାବେ ଉପସ୍ଥିତ ରହି ମତ୍ସ୍ୟ ଓ ପ୍ରାଣୀସମ୍ପଦ କ୍ଷେତ୍ରରେ ରହିଥିବା ସମ୍ଭାବନା ଏବଂ ଚାଷୀଙ୍କ ପାଇଁ ସରକାରୀ ଯୋଜନାର ଉପଯୋଗିତା ସମ୍ପର୍କରେ ଆଲୋକପାତ କରିଥିଲେ।

Karanjia Fisheries and Animal Resources : କରଞ୍ଜିଆ: ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆୟୋଜିତ – ସମୀକ୍ଷା

ପ୍ରାରମ୍ଭରେ ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଆଶିଷ ଦାଶ ସ୍ୱାଗତ ଭାଷଣ ଦେବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ଗୋଷ୍ଠୀ ମତ୍ସ୍ୟ ଅଧିକାରୀ ଲକ୍ଷ୍ମୀନାରାୟଣ ହେମ୍ବ୍ରମ ଅତିଥି ଭାବେ ଯୋଗଦେଇଥିଲେ। ପ୍ରାଣୀସମ୍ପଦ ସମ୍ପ୍ରସାରଣ ପର୍ଯ୍ୟବେକ୍ଷକ ତଥା ସାହିତ୍ୟିକ ମିତ୍ରଭାନୁ ତନ୍ତୀ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ଅତିଥିମାନେ ପ୍ରଥମେ ବିଭିନ୍ନ ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମ୍ପର୍କିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ପ୍ରଦର୍ଶିତ ସାମଗ୍ରୀ ଓ ଚାଷ ପଦ୍ଧତି ସମ୍ପର୍କରେ ଅବଗତ ହୋଇଥିଲେ। ମେଳାରେ ମତ୍ସ୍ୟ ଚାଷ ଓ ପ୍ରାଣୀପାଳନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ୧୦ ଜଣ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିମଧ୍ୟରୁ ମତ୍ସ୍ୟ ବିଭାଗ ପକ୍ଷରୁ ୫ ଜଣ ଏବଂ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ୫ ଜଣ ଚାଷୀଙ୍କୁ ସମ୍ମାନିତ କରାଯିବା ସହ ସରକାରୀ ଯୋଜନା ଅନୁଯାୟୀ ସବସିଡି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ କରଞ୍ଜିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ। ଆୟୋଜନ ଓ ପରିଚାଳନାରେ ଡାକ୍ତର ଇପ୍ସିତା ମଲ୍ଲିକ, ଡାକ୍ତର କଲ୍ୟାଣୀ ମାରାଣ୍ଡି, ଶିବାନୀ ମହାନ୍ତ ଓ ଅଙ୍କିତା ପଣ୍ଡା ସହଯୋଗ କରିଥିଲେ। ଶେଷରେ ଗୋଷ୍ଠୀ ମତ୍ସ୍ୟ ଅଧିକାରୀ ଲକ୍ଷ୍ମୀନାରାୟଣ ହେମ୍ବ୍ରମ ଧନ୍ୟବାଦ ଅର୍ପଣ କରିଥିଲେ। ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ମାଧ୍ୟମରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ସହ ଚାଷୀଙ୍କ ଆୟ ବୃଦ୍ଧି ଏବଂ ସେମାନଙ୍କୁ ଆର୍ଥିକ ଭାବେ ସ୍ୱାବଲମ୍ବୀ କରିବା ଦିଗରେ ଏଭଳି ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମତପ୍ରକାଶ ପାଇଥିଲା।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Jumadang villagers: ଜୁମଡ଼ାଙ୍ଗ ଗ୍ରାମବାସୀଙ୍କ ସମସ୍ୟା ଶୁଣିଲେ ଜିଲ୍ଲାପାଳ: ତ୍ୱରିତ ସମାଧାନ ପାଇଁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ