ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୮ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୯ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Malkangiri Youth Festival 2027 ମାଲକାନଗିରିରେ ସଫଳତାର ସହ ଅନୁଷ୍ଠିତ ହେଲା ଜିଲ୍ଲା ଯୁବ ମହୋତ୍ସବ ୨୦୨୭

Malkangiri Youth Festival 2027 ମାଲକାନଗିରିରେ ସଫଳତାର ସହ ଅନୁଷ୍ଠିତ ହେଲା ଜିଲ୍ଲା ଯୁବ ମହୋତ୍ସବ ୨୦୨୭ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି :୧୨/୧୧/୨୬

ବିକଶିତ ଭାରତ ୟଙ୍ଗ ଲିଡର ଡାଏଲଗ୍ ୨୦୨୭ ଆନୁକୂଲ୍ୟରେ ମାଲକାନଗିରି ଜିଲ୍ଲାରେ ଜିଲ୍ଲା ଯୁବ ମହୋତ୍ସବ ୨୦୨୭ ସଫଳତାର ସହ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷ ଏହି ମହୋତ୍ସବର ମୁଖ୍ୟ ପ୍ରସଙ୍ଗ ଥିଲା ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସମାଜ। ଏହି ଭବ୍ୟ କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ୍ଲ, ମାଲକାନଗିରି , ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଏବଂ ଉପଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମାନନୀୟ ସାଂସଦ ଶ୍ରୀ ମାଝୀ କହିଥିଲେ ଯୁବସମାଜ ହେଉଛନ୍ତି ବିକଶିତ ଭାରତର ଭବିଷ୍ୟତ। ନିଶାମୁକ୍ତ ରହି ସେମାନେ ଦେଶ ଗଠନ ଓ ରାଷ୍ଟ୍ର ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବେ।

Malkangiri Youth Festival 2027 ମାଲକାନଗିରିରେ ସଫଳତାର ସହ ଅନୁଷ୍ଠିତ ହେଲା ଜିଲ୍ଲା ଯୁବ ମହୋତ୍ସବ ୨୦୨୭ – ସମୀକ୍ଷା

ମାଲକାନଗିରି ବିଧାୟକ ଶ୍ରୀ ମାଡ଼କାମି ଯୁବପିଢ଼ିଙ୍କୁ ଉତ୍ସାହିତ କରି କହିଥିଲେ ମାଲକାନଗିରିର ଯୁବବର୍ଗଙ୍କ ମଧ୍ୟରେ ଅପାର ପ୍ରତିଭା ଲୁଚି ରହିଛି। ଏକ ନିଶାମୁକ୍ତ ଏବଂ ଶୃଙ୍ଖଳିତ ଜୀବନଶୈଳୀ ସେମାନଙ୍କୁ ସଫଳତାର ଶୀର୍ଷରେ ପହଞ୍ଚାଇବାରେ ସାହାଯ୍ୟ କରିବ।ସେହିପରି ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ଖିଲ୍ଲ ନିଜ ବକ୍ତବ୍ୟରେ କହିଥିଲେ କେବଳ ଏକ ସୁସ୍ଥ ସମାଜ ହିଁ ଏକ ସଶକ୍ତ ରାଷ୍ଟ୍ର ଗଠନ କରିପାରିବ। ଯୁବଗୋଷ୍ଠୀ ନିଶାଦ୍ରବ୍ୟ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରହି ନିଜର ଦକ୍ଷତା ତଥା ବୌଦ୍ଧିକ ବିକାଶ ଉପରେ ଧ୍ୟାନ ଦେବା ଉଚିତ୍।ମାଲକାନଗିରି ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରୁ ପ୍ରାୟ ୬୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ଯୁବ ମହୋତ୍ସବରେ ଅତ୍ୟନ୍ତ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଦେଶ ଗଠନ, ବିକାଶ ଏବଂ ଏକ ସୁସ୍ଥ ତଥା ନିଶାମୁକ୍ତ ସମାଜ ନିର୍ମାଣ ଦିଗରେ ଯୁବପିଢ଼ିଙ୍କ ପ୍ରମୁଖ ଭୂମିକା ଉପରେ ଏହି କାର୍ଯ୍ୟକ୍ରମ ଜରିଆରେ ବାର୍ତ୍ତା ପ୍ରଦାନ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଅଧିକାରୀ ମୁନା ତୁରୁକ ଆୟୋଜନ କରିଥିବା ବେଳେ କ୍ରୀଡା ବିଭାଗର ସମସ୍ତ କର୍ମଚାରୀ ଏଥିରେ ସହଯୋଗ କରିଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Nuapada 11th Meeting of the 6th Zilla Parishad: ନୂଆପଡ଼ାରେ ଷଷ୍ଠ ଜିଲ୍ଲା ପରିଷଦର ଏକାଦଶ ବୈଠକ ଅନୁଷ୍ଠିତ