ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୬ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୫ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨୪ ମିନିଟ ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା ୪୧ ମିନିଟ ପୂର୍ବେRoad construction India ranks second world: ରାସ୍ତା ନିର୍ମାଣରେ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ଭାରତ ୫୧ ମିନିଟ ପୂର୍ବେBollywood actress Nora Fatehi ₹200 crore fraud case: ଅଡୁଆରେ ବଲିଉଡ୍ ଅଭିନେତ୍ରୀ ନୋରା ଫତେହି! ₹୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ହାଜର ୫୭ ମିନିଟ ପୂର୍ବେGaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର ୧ ଘଣ୍ଟା ପୂର୍ବେPanchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ ୧ ଘଣ୍ଟା ପୂର୍ବେZero Casualties evacuation process intensified: ଜିରୋ କାଜୁଆଲିଟିକୁ ପ୍ରଶାସନ ଗୁରୁତ୍ୱ, ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର ୧ ଘଣ୍ଟା ପୂର୍ବେCyclone Akvan Weather department issues: ବାତ୍ୟା ଅକଭାନ କୁ ନେଇ ପାଣିପାଗ ବିଭାଗର ସତର୍କ ସୂଚ଼ନା ୧ ଘଣ୍ଟା ପୂର୍ବେAkvan Breaks the farmers back: ଅକଭାନ ଭାଙ୍ଗିଦେଲା ଚାଷୀଙ୍କ ଅଣ୍ଟା! ପାଣିରେ ଭାସୁଛି ଶହ ଶହ ଏକର ଧାନ ଫସଲ
ଚର୍ଚ୍ଚାରେ ମୟୂରଭଞ୍ଜ ଖୋର୍ଦ୍ଧା ଜଗତସିଂହପୁର ମାଲକାନଗିରି କେନ୍ଦୁଝର ବରଗଡ଼ ନବରଙ୍ଗପୁର

Jagatsinghpur Tobacco Free Youth Campaign: ଜଗତସିଂହପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ

Jagatsinghpur Tobacco Free Youth Campaign: ଜଗତସିଂହପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ – ସମୀକ୍ଷା ଖବର

ଭଗବାନ ମହାନ୍ତି / ଜିଲ୍ଲା ପ୍ରତିନିଧି /ଜଗତସିଂହପୁର /ସମୀକ୍ଷା ନ୍ୟୁଜ:

ଜଗତସିଂହପୁର, 11/11/2026 : ଯୁବପିଢ଼ି ହେଉଛନ୍ତି ଦେଶର ଭବିଷ୍ୟତ ଓ ସମାଜର ପ୍ରଗତିର ପ୍ରକୃତ ସାରଥୀ l ସେମାନଙ୍କ ଜୀବନରେ ସୁସ୍ଥତା, ସଚେତନତା ଓ ଉଜ୍ୱଳ ଭବିଷ୍ୟତର ସ୍ବପ୍ନ ଭରିଦେବା ଉଦ୍ଦେଶ୍ୟରେ ଜଗତସିଂହପୁର ଜିଲ୍ଲାରେ ୨୦୨୬–୨୦୨୭ବର୍ଷ ପାଇଁ ‘ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଆଜି ସ୍ୱାମୀ ବିବେକାନନ୍ଦ ସ୍ମାରକୀ ମହାବିଦ୍ୟାଳୟ, ଜଗତସିଂହପୁର ର ସଭା ଗୃହରେ ଅନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡାକ୍ତର ସ୍ନିଗ୍ଧାମୟୀ ମହାନ୍ତି ଏହି ସଚେତନତାମୂଳକ ଅଭିଯାନର ଶୁଭାରମ୍ଭ କରି ଏକ ସୁସ୍ଥ, ସୁନ୍ଦର ଓ ନିଶାମୁକ୍ତ ସମାଜ ଗଠନ ପାଇଁ ସମସ୍ତଙ୍କୁ ଏକଜୁଟ ହେବାକୁ ଆହ୍ୱାନ ଦେଇଥିଲେ l ଏହି ଅବସରରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ,ଜିଲ୍ଲାମୁଖ୍ୟ ଚିକିତ୍ସାଳୟ ର ଅଧିକ୍ଷକ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ), ଜିଲ୍ଲାସ୍ଥରୀୟ ଅନ୍ୟବିଭାଗର ଅଧିକାରୀଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଏବଂ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଅଭିଯାନକୁ ସଫଳ କରିବା ପାଇଁ ନିଜର ସହଭାଗିତା ପ୍ରକାଶ କରିଥିଲେ l ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ନିଜ ବକ୍ତବ୍ୟରେ ତମାଖୁ ଓ ବିଭିନ୍ନ ନିଶାଦ୍ରବ୍ୟର ଭୟାବହ କୁପ୍ରଭାବ ସମ୍ପର୍କରେ ଯୁବପିଢିଙ୍କୁ ସଚେତନ କରିବାସହ ଏହି ନିଶା କିପରି ମଣିଷର ଶାରୀରିକ ସୁସ୍ଥତା, ମାନସିକ ଶାନ୍ତି, ପାରିବାରିକ ସମ୍ପର୍କ ଓ ସାମାଜିକ ଜୀବନକୁ ପ୍ରଭାବିତ କରେ, ସେଥିପ୍ରତି ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ l ବିଶେଷକରି ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଭିନ୍ନ ଯୁବ ସଂଗଠନକୁ ଏହି ଅଭିଯାନର ମୁଖ୍ୟ ମାଧ୍ୟମ କରି ଛାତ୍ରଛାତ୍ରୀ ଓ ଯୁବସମାଜ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ଵାରୋପ କରାଯାଇଥିଲା l

Jagatsinghpur Tobacco Free Youth Campaign: ଜଗତସିଂହପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ – ସମୀକ୍ଷା

କାରଣ ନିଶାମୁକ୍ତ ଯୁବସମାଜ ହିଁ ଏକ ସୁସ୍ଥ ପରିବାର, ସୁସ୍ଥ ସମାଜ ଓ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ l ଅଭିଯାନର ଶେଷ ପର୍ଯ୍ୟାୟରେ ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଓ କର୍ମଚାରୀ ନିଜେ ତମାଖୁ ଓ ନିଶାଦ୍ରବ୍ୟଠାରୁ ସଦାସର୍ବଦା ଦୁରେଇ ରହିବ ସହ ଅନ୍ୟମାନଙ୍କୁ ଏହାର କୁପରିଣାମ ବିଷୟରେ ସଚେତନ କରାଇବାକୁ ଶପଥ ଗ୍ରହଣ କରିଥିଲେ। ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଏକ କୁଇଜ ପ୍ରତିଯୋଗିତା କରାଯାଇଥିଲା।ଏହି ଅଭିଯାନ କେବଳ ଏକ ସରକାରୀ କାର୍ଯ୍ୟକ୍ରମରେ ସୀମିତ ନରହି ପ୍ରତ୍ୟେକ ଯୁବକଙ୍କ ମନରେ ସୁସ୍ଥ ଜୀବନର ସଂକଳ୍ପ ଜାଗ୍ରତ କରିବାସହ ଜଗତସିଂହପୁର ଜିଲ୍ଲାକୁ ଏକ ନିଶାମୁକ୍ତ ଜିଲ୍ଲା ଭାବେ ଗଢ଼ିତୋଳିବାରେ ଏକ ନୂତନ ଦିଗନ୍ତ ସୃଷ୍ଟି କରିବ ବୋଲି ଆଶା ପ୍ରକାଶ ପାଇଛି ଏହି କାର୍ଯ୍ୟକ୍ରମକୁ ଏ.ଏମ୍.ଏନ ସି ଡି ଶ୍ରୀମତୀ ସୁଜାତା କବି ପରିଚାଳନା କରିଥିବା ବେଳେ ଡାଟା ମ୍ୟାନେଜର ପ୍ରଭାସ କୁମାର ବେହେରା ସହାୟତା କରିଥିଲେ। ଶେଷରେ ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ସୁବ୍ରତ କୁମାର ମହାପାତ୍ର ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Sand Transportation: ବାଲି ପରିବହନକୁ ନେଇ ୬ ହାଇୱା ଥାନାରେ ଅଟକ