ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୭ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୭ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୭ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୮ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Malkangiri Madhu Babu Pension Yojana: ମାଲକାନଗିରିରେ ଜିଲ୍ଲା ସ୍ତରୀୟ ମଧୁବାବୁ ପେନ୍‌ସନ୍ ଯୋଜନା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

Malkangiri Madhu Babu Pension Yojana: ମାଲକାନଗିରିରେ ଜିଲ୍ଲା ସ୍ତରୀୟ ମଧୁବାବୁ ପେନ୍‌ସନ୍ ଯୋଜନା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି :୧୨/୧୧/୨୬

ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ରାଜ୍ୟ ସ୍ତରରେ ‘ମଧୁବାବୁ ପେନ୍‌ସନ୍ ଯୋଜନା’ରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ଏବଂ ଏକୀକୃତ ପେନ୍‌ସନ୍ ପରିଚାଳନା ପୋର୍ଟାଲ୍ ର ଶୁଭାରମ୍ଭ ପରେ, ଆଜି ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଭତ୍ତା ପ୍ରଦାନ ଉତ୍ସବ ସ୍ଥାନୀୟ ସଂସ୍କୃତି ଭବନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ମୋଟ ୩,୮୦୩ ଜଣ ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ମଧୁବାବୁ ପେନ୍‌ସନ୍ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ, ଆଜିର ଉତ୍ସବରେ ଉପସ୍ଥିତ ଥିବା ୫୪୦ ଜଣ ହିତାଧିକାରୀଙ୍କୁ ଆନୁଷ୍ଠାନିକ ଭାବେ ଭତ୍ତା ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କ ଏହି ନୂତନ ଭତ୍ତା ପ୍ରଦାନ ଏବଂ ଏକୀକୃତ ପେନ୍‌ସନ୍ ପରିଚାଳନା ପୋର୍ଟାଲ୍‌ର ଉପକାରିତା ସମ୍ପର୍କରେ ସୂଚନା ଦେଇଥିଲେ।

Malkangiri Madhu Babu Pension Yojana: ମାଲକାନଗିରିରେ ଜିଲ୍ଲା ସ୍ତରୀୟ ମଧୁବାବୁ ପେନ୍‌ସନ୍ ଯୋଜନା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ – ସମୀକ୍ଷା

ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ହିତାଧିକାରୀମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ। ଏହି ଅବସରରେ ଶ୍ରୀ ମାଡକାମୀ କହିଛନ୍ତି ସମାଜର ଶେଷ ଧାଡ଼ିରେ ଥିବା ଗରିବ, ବୃଦ୍ଧବୃଦ୍ଧା, ବିଧବା ଓ ଭିନ୍ନକ୍ଷମମାନଙ୍କୁ ସାମାଜିକ ଓ ଆର୍ଥିକ ସୁରକ୍ଷା ଯୋଗାଇ ଦେବା ଆମ ସରକାରଙ୍କ ମୂଳ ଲକ୍ଷ୍ୟ। ଏକୀକୃତ ପେନ୍‌ସନ୍ ପରିଚାଳନା ପୋର୍ଟାଲ୍ ମାଧ୍ୟମରେ ଏବେ ଭତ୍ତା ପ୍ରଦାନ ପ୍ରକ୍ରିୟା ଅଧିକ ସ୍ୱଚ୍ଛ ଓ ସରଳ ହୋଇପାରିଛି, ଯାହାଦ୍ୱାରା କୌଣସି ଯୋଗ୍ୟ ହିତାଧିକାରୀ ସରକାରୀ ସୁବିଧାରୁ ବଞ୍ଚିତ ହେବେ ନାହିଁ। ସେହିପରି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ମାଲକାନଗିରି ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନିରଞ୍ଜନ ହାଲଦାର ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ମିଳିତ ଭାବେ ମତବ୍ୟକ୍ତ କରି କହିଛନ୍ତି ଯେ ମାଲକାନଗିରି ଭଳି ଏକ ଉପାନ୍ତ ଜିଲ୍ଲାର ୩,୮୦୩ ଜଣ ନୂତନ ହିତାଧିକାରୀ ଏହି ଯୋଜନାରେ ଯୋଡ଼ି ହେବା ଜିଲ୍ଲା ପାଇଁ ଏକ ବଡ଼ ସଫଳତା। ଏହା ସେମାନଙ୍କୁ ଆତ୍ମନିର୍ଭରଶୀଳ କରିବା ସହ ସମ୍ମାନର ସହ ବଞ୍ଚିବା ପାଇଁ ନୂତନ ସାହସ ଯୋଗାଇବ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ସୁଚାରୁ ରୂପେ ସମ୍ପାଦିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ରାଜୀବ ପୂଜାରୀ ଏବଂ ଆନନ୍ଦ ରାଓଙ୍କ ସମେତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମସ୍ତ କର୍ମଚାରୀ ଏବଂ ବହୁ ସଂଖ୍ୟାରେ ହିତାଧିକାରୀ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Dumudisahi Anganwadi Centre: ବିପଦସଙ୍କୁଳ ଅବସ୍ଥାରେ ଡୁମୁଡିସାହି ଅଙ୍ଗନବାଡ଼ି କେନ୍ଦ୍ର