ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୭ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୭ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୭ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୮ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Malkangiri Debate competition: ଜାତୀୟ ପ୍ରେସ୍ ଦିବସ ଉପଲକ୍ଷେ ମାଲକାନଗିରିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା ଅନୁଷ୍ଠିତ

Malkangiri Debate competition: ଜାତୀୟ ପ୍ରେସ୍ ଦିବସ ଉପଲକ୍ଷେ ମାଲକାନଗିରିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି: ୧୨/୧୧/୨୬

ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ମାଲକାନଗିରି ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଆଇ.ଏମ୍.ଏସ୍.ଟି ସ୍କୁଲ ପରିସରରେ ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଧାରିତ ବିଷୟବସ୍ତୁ ‘ସାମ୍ବାଦିକତା: ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ’ ଏବଂ ମାଲକାନଗିରି ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସ୍ ପକ୍ଷରୁ ପ୍ରଦତ୍ତ ବିଷୟବସ୍ତୁ ‘ସରକାରୀ ନିୟନ୍ତ୍ରଣ ଅପେକ୍ଷା ଗଣମାଧ୍ୟମର ଆତ୍ମ ନିୟନ୍ତ୍ରଣ ଅଧିକ ପ୍ରଭାବଶାଳୀ ଅଟେ’ ଉପରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଯୁକ୍ତି ଉପସ୍ଥାପନ କରିଥିଲେ। ଉକ୍ତ ପ୍ରତିଯୋଗିତାରେ ବିଚାରକ ଭାବେ ମାଲକାନଗିରି ମହାବିଦ୍ୟାଳୟର ଅଧ୍ୟାପକ ଡଃ ରଞ୍ଜନ ସ୍ୱାଇଁ, ରାଜସ୍ୱ ବିଭାଗର କର୍ମଚାରୀ ସରୋଜ ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଶିକ୍ଷକ ଶିବୁ କୀର୍ତ୍ତନୀୟା ଯୋଗଦେଇ ପ୍ରତିଯୋଗୀମାନଙ୍କର ମୂଲ୍ୟାଙ୍କନ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରୋଜେକ୍ସନିଷ୍ଟ ରଞ୍ଜନ ମହାନ୍ତି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସ୍ ର ସଭାପତି ଦେବ ପ୍ରସାଦ ଦାଶ ଏବଂ ସଦସ୍ୟ କୃଷ୍ଣପଦ ରାୟ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଆସନ୍ତା ନଭେମ୍ବର ୧୬ ତାରିଖରେ ପାଳିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ସମାରୋହରେ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ।

Malkangiri Debate competition: ଜାତୀୟ ପ୍ରେସ୍ ଦିବସ ଉପଲକ୍ଷେ ମାଲକାନଗିରିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Malkangiri Madhu Babu Pension Yojana: ମାଲକାନଗିରିରେ ଜିଲ୍ଲା ସ୍ତରୀୟ ମଧୁବାବୁ ପେନ୍‌ସନ୍ ଯୋଜନା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ