ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୮ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୯ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୯ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୯ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୯ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୯ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Voter Awareness: ପ୍ରବନ୍ଧ ଓ କୁଇଜ଼ ପ୍ରତିଯୋଗିତା ମାଧ୍ୟମରେ ଭୋଟର ସଚେତନତା

Voter Awareness: ପ୍ରବନ୍ଧ ଓ କୁଇଜ଼ ପ୍ରତିଯୋଗିତା ମାଧ୍ୟମରେ ଭୋଟର ସଚେତନତା – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ରାଇରଙ୍ଗପୁର, ୧୨/୧୧/୨୬ – ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ ଆଗାମୀ ଭବିଷ୍ୟତର ମତଦାତା ମାନଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ଚଳିତ ନଭେମ୍ବର ମାସ ୨ ତାରିଖ ରୁ ଆରମ୍ଭ ହୋଇଛି ପ୍ରବନ୍ଧ ଓ କୁଇଜ ପ୍ରତିଯୋଗିତା । ଯାହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପୀ ଇଲେକ୍ଟରାଲ ଲିଟରେସୀ କ୍ଳବରେ (ଇ. ଏଲ. ସି.) ସାମିଲ ହୋଇଥିବା ୧୮ ବର୍ଷରୁ କମ ଓ ୧୮ ବର୍ଷ ବୟସର ଭବିଷ୍ୟତ ଭୋଟର ତଥା ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ ଓ କୁଇଜ଼ ପ୍ରତିଯୋଗିତା ଚାଲୁ ରହିବ ବୋଲି ଜଣାପଡିଛି । ଏହି କ୍ରମରେ ତା-୨୭ ରେ ସାରସକଣା ଓ ୨୮ ରେ ରାଇରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଉଚ୍ଚ ମାଧ୍ୟମିକ ଓ ମହାବିଦ୍ୟାଳୟରେ ଅଧୟନରତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବାମନଘାଟି ଉପଖଣ୍ଡ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଏବଂ ସ୍ନାତକ ମହାବିଦ୍ୟାଳୟ ଗୁଡିକରେ ଚଳିତ ମାସ ୬ ଏବଂ ୭ ତାରିଖରେ ଅନୁଷ୍ଠିତ ପ୍ରତିଯୋଗିତାରେ ଉନ୍ନୀତ ହୋଇଥିବା ପ୍ରତିଯୋଗୀ ମାନଙ୍କ ମଧ୍ୟରେ ଆଜି ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟଠାରେ ଉପଖଣ୍ଡ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଉକ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନେ ଚଳିତ ନଭେମ୍ବର ମାସ ୧୬ ରୁ ୧୮ ତାରିଖ ମଧ୍ୟରେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ଉପଜିଲ୍ଲାପାଳ ଉଗ୍ରେସନ ଓରାମଙ୍କ ତତ୍ୱାବଧାନରେ ଅନୁଷ୍ଠିତ ବାମନଘାଟି ଉପଖଣ୍ଡସ୍ଥ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଯୋଗିତାକୁ ସହକାରୀ ଜିଲ୍ଲାପାଳ ସୁଧାକର ସେଠୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିକାଶ ରଞ୍ଜନ ମହାନ୍ତି, ଅଧ୍ୟାପକ ବିଜୟ କୁମାର ରାମ, ବରିଷ୍ଠ ରାଜସ୍ବ ସହାୟକ ପ୍ରସାଦ ବେହେରା, ଦୀପକ ମହାନ୍ତ, ମଳୟ ସାହୁ ଓ ପଙ୍କଜ ମହାନ୍ତ ପ୍ରମୁଖ ପରିଚାଳନା କରିଥିବା ବେଳେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ ମହାନ୍ତି ଓ ହେମନ୍ତ କୁମାର ମହାନ୍ତ ବିଚାରକ ଭାବେ ଦାୟିତ୍ୱ ସମ୍ପାଦନ କରିଥିବା ସୂଚନା ମିଳିଛି ।

Voter Awareness: ପ୍ରବନ୍ଧ ଓ କୁଇଜ଼ ପ୍ରତିଯୋଗିତା ମାଧ୍ୟମରେ ଭୋଟର ସଚେତନତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kalahandi Panchayat elections: ପଞ୍ଚାୟତ ନିର୍ବାଚନ ପୂର୍ବରୁ କଳାହାଣ୍ଡି ରାଜନୀତି ସରଗରମ