ମୁଖ୍ୟ ବିଷୟକୁ ଯାଆନ୍ତୁ
ଗୁରୁବାର, ୧୯ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର କୋରାପୁଟ ବାଲେଶ୍ୱର ବରଗଡ଼ ନୟାଗଡ଼ ଗଞ୍ଜାମ

Balugaon Government Upper Primary School Children’s Day Celebrated: ବାଲୁଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

Balugaon Government Upper Primary School Children’s Day Celebrated: ବାଲୁଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ – ସମୀକ୍ଷା ଖବର

ବାସୁଦେବ ହାବାଡସିଂ/ ବାଣପୁର / ସମୀକ୍ଷା ନ୍ୟୁଜ:

ବାଲୁଗାଁ, ତା ୧୪/୧୧/୨୦୨୬ : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବାଲୁଗାଁ ଠାରେ ଶୁକ୍ରବାର ପବିତ୍ର ଶିଶୁ ଦିବସ ମହା ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ପୁଚି ଖେଳ, ମ୍ୟୁଜିକ୍ ଚେୟାର, ବକ୍ତୃତା (ଡିବେଟ୍) ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପିଲାମାନେ ବହୁତ୍ ଉତ୍ସାହର ସହ ଏଥିରେ ଭାଗ ନେଇଥିଲେ। ପ୍ରତିଯୋଗିତାରେ କୃତି ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ , ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟିର ସଭାପତି ସତ୍ୟ ପ୍ରକାଶ ସେଠୀ ଓ଼ ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ।

Balugaon Government Upper Primary School Children’s Day Celebrated: ବାଲୁଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର INS Chilka Passing Out Parade: ଆଇଏନ୍ଏସ୍ ଚିଲିକାରେ ସର୍ବବୃହତ୍ ପାସିଂ ଆଉଟ୍ ପରେଡ୍ ଅନୁଷ୍ଠିତ