ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୬ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୧୫ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୩୯ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୫୬ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ବରଗଡ଼ କେନ୍ଦୁଝର ନୂଆପଡ଼ା

MPC Autonomous College: ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ଜ୍ଞାନ ଦିବସ ଆୟୋଜିତ

MPC Autonomous College: ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ଜ୍ଞାନ ଦିବସ ଆୟୋଜିତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବାରିପଦା, ୧୪/୧୧/୨୬ – ସ୍ଥାନୀୟ ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟ ଶିକ୍ଷକ ଶିକ୍ଷା ବିଭାଗ ଦ୍ୱାରା 2025-26 ଶିକ୍ଷା ବର୍ଷରେ ଏଡମିସନ ନେଇଥିବା ଆଇଟିଇପି ଛାତ୍ର ଛାତ୍ରୀଙ୍କ ପାଇଁ ଭାରତୀୟ ଜ୍ଞାନ ଦିବସ ଆୟୋଜିତ ହୋଇଯାଇଛି l ଭାରତୀୟ ସାଂସ୍କୃତିକ ବିବିଧତା ପ୍ରତି ସମ୍ମାନ ଓ ସହନଶୀଳତା ବୃଦ୍ଧି ଲକ୍ଷ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ମlନେ ପୂର୍ବ ଭାରତ, ପଶ୍ଚିମ ଭାରତ, ଉତ୍ତର ଭାରତ, ଦକ୍ଷିଣ ଭାରତ ଦଳରେ ବିଭକ୍ତ ହୋଇ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପ୍ରମୁଖ ସଂଗୀତ ଓ ନୃତ୍ୟ ପରିବେଷଣ କରିଥିଲେ l ବିଭାଗୀୟ ମୁଖ୍ୟ ଡକ୍ଟର ସରୋଜ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ନାରାୟଣ ପ୍ରସାଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରାଚୀନ ମହାଭାରତୀୟ ଜ୍ଞାନ ପରମ୍ପରାର ଆଧୁନିକ ସମୟରେ ଉପଯୋଗିତା ଉପରେ ସବିଶେଷ ଆଲୋଚନା କରିଥିଲେ l

MPC Autonomous College: ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ଜ୍ଞାନ ଦିବସ ଆୟୋଜିତ – ସମୀକ୍ଷା

ମୁଖ୍ୟ ବକ୍ତାଭାବେ ପୂର୍ବତନ ଅଧ୍ୟକ୍ଷ ଡକ୍ଟର ଆଲବଟିନା ତୀର୍କ ଯୋଗଦେଇଥିବା ବେଳେ ପ୍ରଶାସନିକ ମୁଖ୍ୟ ଡକ୍ଟର ଦୀପକ କୁମାର ବେହେରା ସ୍ୱତନ୍ତ୍ର ଅତିଥିଭାବେ ଯୋଗଦେଇ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସମନ୍ୱିତ ବିଇଡି ସଂଯୋଜକ ରାଜେନ୍ଦ୍ର କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ପ୍ରଫେସର ଡକ୍ଟର ଦିଲ୍ଲୀପ କୁମାର ଦଳେଇ, ସୁଶାନ୍ତ କୁମାର ରଣା, ସୁଶୀ ସଂଗୀତା ପାତ୍ର, ସବିତାଶୋଭା ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଛାତ୍ର ଛାତ୍ରୀଙ୍କର ମୂଲ୍ୟାଙ୍କନ ସହକାରୀ ପ୍ରଫେସର ଡକ୍ଟର ଶତାବ୍ଦୀ ବେହେରା, ସନ୍ଦୀପ ସିଂ,ମାନସ କୁମାର ବେହେରା, ଓ ବୈଜୟନ୍ତୀ ଧରାଙ୍କ ଦ୍ୱାରା ସମ୍ପାଦିତ ହୋଇଥିଲା । ଏହି ଅବସରରେ ଛାତ୍ର ସଂସଦ ସଭାପତି ଅଞ୍ଜନ ସୋରେନ ଓ ସହ ସମ୍ପାଦକ ରଘୁନାଥ ବାସ୍କେ ଯୋଗଦେଇ ବକ୍ତବ୍ୟ ଉପସ୍ଥାପନ ସହ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଏମପିସି ସ୍ୱୟଂ ଶାସିତ ମହାବିଦ୍ୟାଳୟର ସାଂସ୍କୃତିକ ସଂଗୀତ ଆମେ ରଜାପୁଅ ରଜାଝିଅ ପାରିବେଶିତ ହୋଇଥିଲା ।

MPC Autonomous College: ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ଜ୍ଞାନ ଦିବସ ଆୟୋଜିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Controversy over excise raids: ଅବକାରୀ ଚଢ଼ାଉକୁ ନେଇ ବିବାଦ ଥମୁନି, ବୁଝାମଣା ପରେ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ନୂଆ ବିବାଦ!