ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା – ସମୀକ୍ଷା ଖବର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର:

ପାଟଣା, ୨/୯: ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ମାଳତୀ ମହାନ୍ତି ଯୋଗଦାନ କରିଛନ୍ତି। ସେ ଲେଭେଲ୍-୩କୁ ପଦୋନ୍ନତି ପାଇ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଏହି ବିଦ୍ୟାଳୟରେ ଯୋଗ ଦେଇଛନ୍ତି।

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା – ସମୀକ୍ଷା


ଏହା ପୂର୍ବରୁ ଶ୍ରୀମତୀ ମହାନ୍ତି ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ନୂତନ ଦାୟିତ୍ୱ ଗ୍ରହଣ କରି ବିଦ୍ୟାଳୟରେ ପହଞ୍ଚିବା ଅବସରରେ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାଳତୀ ମହାନ୍ତି ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସହଯୋଗ ଓ ସମନ୍ୱୟରେ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ସହ ବିଦ୍ୟାଳୟର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ପ୍ରୟାସ କରିବେ ବୋଲି କହିଛନ୍ତି।ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଯୋଗଦାନ ବିଦ୍ୟାଳୟର ଶିକ୍ଷା ଓ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ନୂଆ ଦିଗ ଖୋଲିବ ବୋଲି ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଆଶା ପ୍ରକାଶ କରିଛନ୍ତି।ଏହି ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କମଳା କାନ୍ତ ପତି, ପ୍ରକାଶ କୁମାର ମିଶ୍ର, ସସ୍ମିତା ନାୟକ, ସୁଶାନ୍ତ ମହାନ୍ତ, ମାଧବାନନ୍ଦ ମହାନ୍ତ, ଜ୍ୟୋତିର୍ମୟୀ ବାରିକ, ପ୍ରୀତି ନାୟକ ପ୍ରମୁଖ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ରହି ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର କେନ୍ଦ୍ରାପଡ଼ା : ୨୫ କି.ଗ୍ରା. ଗଞ୍ଜେଇ ଜବତ, ୨ ଜଣ କୋର୍ଟ ଚାଲାଣ