ମୁଖ୍ୟ ବିଷୟକୁ ଯାଆନ୍ତୁ
ଗୁରୁବାର, ୧୯ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର କୋରାପୁଟ ବାଲେଶ୍ୱର କେନ୍ଦ୍ରାପଡ଼ା ବରଗଡ଼ ନୟାଗଡ଼

School locked down over demand for teacher recruitment: ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲାବନ୍ଦ!

School locked down over demand for teacher recruitment: ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲାବନ୍ଦ! – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ / କଳାହାଣ୍ଡି:

ବିଦ୍ୟାଳୟରେ ନାହାନ୍ତି ପ୍ରଧାନ ଶିକ୍ଷକ। ଶିକ୍ଷକ ଅଭାବରୁ ପ୍ରଭାବିତ ହେଉଛି ପିଲାଙ୍କ ପାଠପଢ଼ା। ଏନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହେଉନାହିଁ। ଶେଷରେ ନିଜ ହକ୍ ଓ ପିଲାଙ୍କ ଭବିଷ୍ୟତ ପାଇଁ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଧର୍ମଗଡ଼ ବ୍ଲକ ବେହେରା ପଞ୍ଚାୟତର ନୂନପାଣି ଗ୍ରାମରେ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ବେହେରା ପଞ୍ଚାୟତର ନୂନପାଣି ସ୍ଥିତ ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବିରେ ତାଲାବନ୍ଦ କରିଛନ୍ତି ଛାତ୍ରଛାତ୍ରୀ ଓ ଗ୍ରାମବାସୀ।ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ପୂର୍ବରୁ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯାଇଥିଲା। କିନ୍ତୁ ଦୁଃଖର ବିଷୟ, ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏଯାଏଁ କୌଣସି ଅଧିକାରୀ ଏହି ବିଦ୍ୟାଳୟର ସମସ୍ୟା ପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି।ଅନ୍ୟପଟେ ପ୍ରଧାନ ଶିକ୍ଷକ ଅଭାବରୁ ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହେବା ସହ ପିଲାମାନେ ପାଠପଢ଼ାରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ।ଦୀର୍ଘଦିନ ଧରି ଦାବି ପୂରଣ ନହେବାରୁ ଶେଷରେ ଆଜି ଛାତ୍ରଛାତ୍ରୀ ଓ ଗ୍ରାମବାସୀ ମିଳିତ ଭାବେ ବିଦ୍ୟାଳୟରେ ତାଲାବନ୍ଦ କରି ପ୍ରତିବାଦ ଜଣାଇଛନ୍ତି।

School locked down over demand for teacher recruitment: ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲାବନ୍ଦ! – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Family devastated by the hardships of migrant labor: ଦାଦନ ଯନ୍ତ୍ରଣାରେ ଉଜୁଡ଼ିଲା ପରିବାର, ରୋଜଗାରିଆ ପୁଅର ମୃତଦେହ ଫେରିଲା ଭିଟାମାଟିକୁ