ମୁଖ୍ୟ ବିଷୟକୁ ଯାଆନ୍ତୁ
ଗୁରୁବାର, ୧୯ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଗଞ୍ଜାମ କୋରାପୁଟ ଜଗତସିଂହପୁର ବାଲେଶ୍ୱର ନୟାଗଡ଼ କନ୍ଧମାଳ

National Press Day observed at the Utkal Journalists Association office: ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ

National Press Day observed at the Utkal Journalists Association office: ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି:

ମାଲକାନଗିରି: ୧୭/୧୧/୨୬ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲା ସଦର ସ୍ଥିତ ସଂଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ସଂଘର ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଏବଂ ଅତିରିକ୍ତ ଏସ୍‌ପି ରାଜକିଶୋର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।କାର୍ଯ୍ୟକ୍ରମରେ ସାମ୍ବାଦିକତାର ନୈତିକ ମୂଲ୍ୟବୋଧ, ସତ୍ୟନିଷ୍ଠା, ସଠିକତା ଓ ନିରପେକ୍ଷତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏକ ସୁସ୍ଥ ଓ ସଚେତନ ସମାଜ ଗଠନ ସହ ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥିମାନେ ନିଜ ଅଭିଭାଷଣରେ ମତପ୍ରକାଶ କରିଥିଲେ। ସେହିପରି ସାମ୍ବାଦିକମାନେ ନିଜ ନିଜ ମତ ରଖିବା ସହ ବର୍ତ୍ତମାନ ସମୟରେ ଦାୟିତ୍ୱବାନ ସାମ୍ବାଦିକତାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ସଂଘର ସମ୍ପାଦକ ବି. ଶ୍ରୀନିବାସ ପାତ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଉପଦେଷ୍ଟା ରତ୍ନାକର ଦାସ, କୋଷାଧ୍ୟକ୍ଷ ହୃଷିକେଶ ସେଠୀଙ୍କ ସମେତ ସଂଘର ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।

National Press Day observed at the Utkal Journalists Association office: ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kudumulugumma Joint Public Grievance: କୁଡୁମୁଲୁଗୁମ୍ମାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି