ମୁଖ୍ୟ ବିଷୟକୁ ଯାଆନ୍ତୁ
ଗୁରୁବାର, ୧୯ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର କୋରାପୁଟ ବାଲେଶ୍ୱର ବରଗଡ଼ ନୟାଗଡ଼ ଗଞ୍ଜାମ

Kenduguda Panchayat Public Grievance: କେନ୍ଦୁଗୁଡ଼ା ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି

Kenduguda Panchayat Public Grievance: କେନ୍ଦୁଗୁଡ଼ା ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି – ସମୀକ୍ଷା ଖବର

ବସନ୍ତ ପେଗୋଡୋ /ବରିଷ୍ଠ ସାମ୍ବାଦିକ /କୋରାପୁଟ/ସମୀକ୍ଷା ନ୍ୟୁଜ:

38ଟି ଅଭିଯୋଗ ଗ୍ରହଣ, 6ଟିର ତତ୍କାଳ ସମାଧାନ

କୋରାପୁଟ:16/11/26 ବୈପାରିଗୁଡ଼ା ବ୍ଲକ୍‌ର କେନ୍ଦୁଗୁଡ଼ା ଗ୍ରାମ ପଞ୍ଚାୟତଠାରେ ଆଜି ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଜନସାଧାରଣଙ୍କଠାରୁ ମୋଟ 38ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ 14ଟି ବ୍ୟକ୍ତିଗତ ଓ 24ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଏଥିମଧ୍ୟରୁ 6ଟି ଅଭିଯୋଗର ଶିବିରରେ ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ତଦନ୍ତ କରି ନିୟମାନୁଯାୟୀ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକସ୍ଥଳେ ଅଭିଯୋଗର ସ୍ଥଳ ପରିଦର୍ଶନ କରି ସମାଧାନ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ଏହି ଜନଅଭିଯୋଗ ଶୁଣାଣି ଶିବିରରେ ଉପଜିଲ୍ଲାପାଳ, ଜୟପୁର ଶୁଭ୍ରା ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମନୋଜ ପୂଜାରୀ, ଜିଲ୍ଲା ବନଖଣ୍ଡ ଅଧିକାରୀ (DFO), ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ (CDO-cum-EO) ବେଣୁଧର ସବର, ବୈପାରିଗୁଡ଼ା ବିଡିଓ ସୁବ୍ରତ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Kenduguda Panchayat Public Grievance: କେନ୍ଦୁଗୁଡ଼ା ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ🔹ଭିତରକନିକା ରେ ବନ୍ଦ ହେଲା ଇକୋ ରିଟ୍ରିଟ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର National Press Day Observed: ଜାତୀୟ ପ୍ରେସ୍ ଦିବସ ପାଳିତ