ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୪୭ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫୧ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୫୯ ମିନିଟ ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୧ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୧ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୧ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

‘AKVAN’ may make landfall near Gopalpur: ଗୋପାଳପୁର ନିଟକରେ ମାଡ଼ ହୋଇପାରେ ‘ଅକଭାନ’

‘AKVAN’ may make landfall near Gopalpur: ଗୋପାଳପୁର ନିଟକରେ ମାଡ଼ ହୋଇପାରେ ‘ଅକଭାନ’ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: 19/11/2026: ଗୋପାଳପୁର ନିଟକରେ ମାଡ଼ ହୋଇପାରେ ବାତ୍ୟା ‘ଅକଭାନ’ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକଭାନ’ ପୁରୀ ଏବଂ ଆନ୍ଧ୍ରପ୍ରଦେଶର ମଛଲିପାଟନମମଧ୍ୟ ଭାଗରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆଶା କରାଯାଉଛି। କିନ୍ତୁ ବର୍ତ୍ତମାନ ଗୋପାଳପୁର ନିଟକରେ ମାଡ଼ ହୋଇପାରେ ବୋଲି ଆଶା କରାଯାଉଛି। ପୁରୀଠାରୁ ୫୫୦ କିଲୋମିଟର ଦୂରରେ ବାତ୍ୟା, ଓଡ଼ିଶା ଉପକୂଳରେ ବଢ଼ିଲା ଚିନ୍ତା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ପାଣିପାଗ ପ୍ରଣାଳୀକୁ ନେଇ ଓଡ଼ିଶା ଉପକୂଳରେ ଚର୍ଚ୍ଚା ଜୋର ଧରିଛି। ପୁରୀଠାରୁ ପ୍ରାୟ ୫୫୦ କିଲୋମିଟର ଦୂରରେ ବାତ୍ୟା ଥିବା ଖବର ଯଦି ପାଣିପାଗ ବିଭାଗର ତଥ୍ୟରେ ନିଶ୍ଚିତ ହୁଏ, ତେବେ ଏହାର ଗତିପଥ, ତୀବ୍ରତା ଏବଂ ଓଡ଼ିଶା ଉପରେ ସମ୍ଭାବ୍ୟ ପ୍ରଭାବ ଉପରେ ନଜର ରଖିବା ଜରୁରୀ।
ବାତ୍ୟା ‘ଅକ୍ୱାନ୍’କୁ ନେଇ ବଢ଼ିଲା ଆଶଙ୍କା। ଭାରତୀୟ ପାଣିପାଗ ବିଭାଗ (IMD)ର ୧୯ ନଭେମ୍ବର ୨୦୨୬ ରିପୋର୍ଟ ଅନୁସାରେ, ସକାଳ ୮ଟା ୩୦ ସୁଦ୍ଧା ବାତ୍ୟାର କେନ୍ଦ୍ର ପୁରୀଠାରୁ ପ୍ରାୟ ୫୫୦ କିଲୋମିଟର ଦକ୍ଷିଣରେ ରହିଥିଲା। ବାତ୍ୟାଟି ଘଣ୍ଟାପ୍ରତି ପ୍ରାୟ ୧୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଥିଲା।

‘AKVAN’ may make landfall near Gopalpur: ଗୋପାଳପୁର ନିଟକରେ ମାଡ଼ ହୋଇପାରେ ‘ଅକଭାନ’ – ସମୀକ୍ଷା

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାତ୍ୟାଟି ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ନରସାପୁର ଓ ପୁରୀ ମଧ୍ୟବର୍ତ୍ତୀ ଉପକୂଳ ଅଞ୍ଚଳରେ, ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିପାରେ। ପବନର ବେଗ କେତେ ରହିବ?
ସାଧାରଣ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର।
ଝଟକା ପବନର ବେଗ ୧୧୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।
ଉପକୂଳ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି।

ଓଡ଼ିଶାର କେଉଁ ଜିଲ୍ଲା ଅଧିକ ପ୍ରଭାବିତ ହୋଇପାରେ?
ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କନ୍ଧମାଳ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହିତ ଅନ୍ୟ କେତେକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସତର୍କତା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁସାରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଅଶାନ୍ତ ସମୁଦ୍ର, ପ୍ରବଳ ପବନ, ଭାରୀ ବର୍ଷା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ଜଳମଗ୍ନ ହେବାର ଆଶଙ୍କା ରହିଛି।

ବାତ୍ୟା ନେଇ ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ପର୍ଯ୍ୟଟନ ବିଭାଗର କମିସନର ତଥା ଶାସନ ସଚିବ ଓ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏକ ଜରୁରୀ ପତ୍ର ପ୍ରେରଣ କରାଯାଇଛି। ପର୍ଯ୍ୟଟକ, ପରିଦର୍ଶକ, ପର୍ଯ୍ୟଟନ କର୍ମଚାରୀ ଏବଂ ସାଧାରଣ ଜନତାଙ୍କ ସୁରକ୍ଷା ନିମନ୍ତେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଜିଲ୍ଲାପାଳ, ପୁଲିସ ଏବଂ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ସମସ୍ତ ପର୍ଯ୍ୟଟନ କର୍ତ୍ତୃପକ୍ଷ, ଟୁର ଅପରେଟର, ହୋଟେଲ ଓ ରିସର୍ଟଗୁଡ଼ିକୁ ନିମ୍ନଲିଖିତ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।

ପ୍ରଶାସନର ପ୍ରସ୍ତୁତି: ବାତ୍ୟାକୁ ଦୃଷ୍ଟିରେ ରଖି ଉପକୂଳ ଅଞ୍ଚଳରେ ପ୍ରଶାସନ ସତର୍କ ରହିଛି। ଉଦ୍ଧାରକାରୀ ଦଳ ଓ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ତଳିଆ ଅଞ୍ଚଳର ଲୋକଙ୍କ ସୁରକ୍ଷା ଓ ସ୍ଥାନାନ୍ତରଣ ଉପରେ ଗୁରୁତ୍ୱ ଦିଆଯାଉଛି।
ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା: ନଭେମ୍ବର ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ସମୁଦ୍ର କୂଳକୁ ଯିବା ଓ ଅଶାନ୍ତ ସମୁଦ୍ରରେ ପ୍ରବେଶ କରିବାରୁ ମଧ୍ୟ ନିବୃତ୍ତ ରହିବା ଆବଶ୍ୟକ। ବାତ୍ୟା ‘ଅକ୍ୱାନ୍’ର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି। ତେଣୁ ଗୁଜବରେ ବିଶ୍ୱାସ ନକରି ସରକାରୀ ସତର୍କ ସୂଚନା ଅନୁସରଣ କରିବା ଜରୁରୀ।

‘AKVAN’ may make landfall near Gopalpur: ଗୋପାଳପୁର ନିଟକରେ ମାଡ଼ ହୋଇପାରେ ‘ଅକଭାନ’ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Budget Movie OM: ହାଇ ବଜେଟ୍ ଚଳଚ୍ଚିତ୍ର ‘OM’କୁ ନେଇ ସିନେମା ଜଗତରେ ଚର୍ଚ୍ଚା