ମୁଖ୍ୟ ବିଷୟକୁ ଯାଆନ୍ତୁ
ଶୁକ୍ରବାର, ୨୦ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ଖୋର୍ଦ୍ଧା ବରଗଡ଼ କେନ୍ଦ୍ରାପଡ଼ା ମାଲକାନଗିରି କୋରାପୁଟ

Cyclone ‘Akvan’ District Collector visits the field in Chandpur: ବାତ୍ୟା ‘ଅକଭାନ’ ମୁକାବିଲା ପାଇଁ ଚାନ୍ଦପୁରରେ ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ

Cyclone ‘Akvan’ District Collector visits the field in Chandpur: ବାତ୍ୟା ‘ଅକଭାନ’ ମୁକାବିଲା ପାଇଁ ଚାନ୍ଦପୁରରେ ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ – ସମୀକ୍ଷା ଖବର

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ /ଖୋର୍ଦ୍ଧା/:

​ଚାନ୍ଦପୁର ୧୯/୧୧//୨୬ ସମ୍ଭାବ୍ୟ ବାତ୍ୟା ‘ଅକୱାନ’ର ସଫଳ ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ଓ ପ୍ରସ୍ତୁତ ରହିଛି। ଏହି ପରିପ୍ରେକ୍ଷୀରେ ‘ଜିରୋ କାଜୁଆଲ୍‌ଟି’ ବା ଶୂନ୍ୟ ଜୀବନହାନି ହିଁ ରାଜ୍ୟ ସରକାରଙ୍କ ପ୍ରମୁଖ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।​ସମ୍ଭାବ୍ୟ ପ୍ରତିକୂଳ ପାଗ ଓ ବିପଦ ସମୟରେ ଯେପରି କୌଣସି ପ୍ରକାର ଜୀବନହାନି ନ ଘଟେ, ସେଥିପ୍ରତି ପ୍ରଶାସନ ପକ୍ଷରୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି।ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହିତ ସମସ୍ତ ଜିଲ୍ଲା ପ୍ରଶାସନକୁ ସଜାଗ ଓ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।​ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲ୍ଲାପାଳ ଆଜି ମଧ୍ୟାହ୍ନରେ ରଣପୁର ବ୍ଲକ୍‌ ଅନ୍ତର୍ଗତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ପରିଦର୍ଶନ କରି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ​ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ଡାକ୍ତରଖାନା, ​ଚାନ୍ଦପୁର ମୋହନ ମହାବିଦ୍ୟାଳୟ, ଓ ​ଚମ୍ପାଗଡ଼ ବାତ୍ୟା ଆଶ୍ରୟସ୍ଥଳ ​କ୍ଷେତ୍ର ପରିଦର୍ଶନ ସମୟରେ ଜିଲ୍ଲାପାଳ ସ୍ଥାନୀୟ ଅଞ୍ଚଳର ସାଧାରଣ ଲୋକଙ୍କ ସହିତ ସିଧାସଳଖ ଆଲୋଚନା କରିଥିଲେ। ବିପଦ ସମୟରେ ପ୍ରଶାସନ ଲୋକଙ୍କ ସାଥୀରେ ରହିଛି ବୋଲି ସେ ଆଶ୍ୱାସନା ଦେଇଛନ୍ତି।କୌଣସି ଅସୁବିଧା ଦେଖାଦେଲେ ଲୋକମାନେ ସିଧାସଳଖ ପ୍ରଶାସନ ସହିତ ଯୋଗାଯୋଗ କରି ନିଜର ସମସ୍ୟା ଜଣାନ୍ତୁ ଏବଂ କୌଣସି ପ୍ରକାର ଗୁଜବରେ ବିଶ୍ୱାସ ନକରନ୍ତୁ ଏହା ସେ କହିଛନ୍ତି l​ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ଲୋକଙ୍କୁ ସତର୍କ ଓ ସଚେତନ ରହିବା ପାଇଁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

Cyclone ‘Akvan’ District Collector visits the field in Chandpur: ବାତ୍ୟା ‘ଅକଭାନ’ ମୁକାବିଲା ପାଇଁ ଚାନ୍ଦପୁରରେ ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Khurda Cyclone ‘Akvan’: ଖୋର୍ଦ୍ଧା ବାତ୍ୟା ‘ଅକଭାନ୍’ ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତୁତି