ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୧ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୯ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୫ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨୦ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨୪ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୩୧ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪୩ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫୨ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

Meeting of the Local Tourism Promotion: ପର୍ଯ୍ୟଟନର ବିକାଶ ଓ ନୂତନ ପର୍ଯ୍ୟଟନସ୍ଥଳୀ ଚିହ୍ନଟ ନେଇ ସ୍ଥାନୀୟ ପର୍ଯ୍ୟଟନ ପ୍ରୋତ୍ସାହନ ପରିଷଦର ବୈଠକ

Meeting of the Local Tourism Promotion: ପର୍ଯ୍ୟଟନର ବିକାଶ ଓ ନୂତନ ପର୍ଯ୍ୟଟନସ୍ଥଳୀ ଚିହ୍ନଟ ନେଇ ସ୍ଥାନୀୟ ପର୍ଯ୍ୟଟନ ପ୍ରୋତ୍ସାହନ ପରିଷଦର ବୈଠକ – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ:

ନବରଙ୍ଗପୁର ୧୮ ନଭେମ୍ବର ୨୦୨୬: ନବରଙ୍ଗପୁର ଜିଲ୍ଲାରେ ପର୍ଯ୍ୟଟନର ବିକାଶ, ନୂତନ ପର୍ଯ୍ୟଟନସ୍ଥଳୀ ଚିହ୍ନଟ ଏବଂ ପର୍ଯ୍ୟଟନ ପ୍ରକଳ୍ପରେ ପୁଞ୍ଜିନିବେଶର ସୁଯୋଗ ସୃଷ୍ଟି ନିମନ୍ତେ ସ୍ଥାନୀୟ ପର୍ଯ୍ୟଟନ ପ୍ରୋତ୍ସାହନ ପରିଷଦର ଏକ ବୈଠକ ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା। ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାରେ ସମ୍ପୂର୍ଣ୍ଣ ହୋଇଥିବା ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକର ପରିଚାଳନାଗତ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହ ଜିଲ୍ଲାରେ ନୂତନ ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଚିହ୍ନଟ କରିବା ସହ ସେଗୁଡ଼ିକର ବିକାଶ ଓ ପର୍ଯ୍ୟଟନ ଭିତ୍ତିଭୂମିର ଉନ୍ନତିକରଣ ନିମନ୍ତେ ବିଭିନ୍ନ ପ୍ରସ୍ତାବ ଉପରେ ବିଚାରବିମର୍ଶ କରାଯାଇଥିଲା। ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ, ସମୃଦ୍ଧ ସାଂସ୍କୃତିକ ପରମ୍ପରା ଓ ପର୍ଯ୍ୟଟନ ସମ୍ଭାବନାକୁ ଦୃଷ୍ଟିରେ ରଖି ନୂତନ ପର୍ଯ୍ୟଟନସ୍ଥଳୀର ବିକାଶ ନିମନ୍ତେ ଆଲୋଚନା ହୋଇଥିଲା। ଏଥିସହ ପର୍ଯ୍ୟଟନ କ୍ଷେତ୍ରରେ ଆଗ୍ରହୀ ନିବେଶକମାନଙ୍କୁ ଆକୃଷ୍ଟ କରିବା ଏବଂ ସରକାରୀ ଓ ବେସରକାରୀ ସହଭାଗିତାରେ ପର୍ଯ୍ୟଟନ ପ୍ରକଳ୍ପର ବିକାଶ ପାଇଁ ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ବୈଠକରେ ନବରଙ୍ଗପୁର, ତେନ୍ତୁଳିଖୁଣ୍ଟି ଓ ପାପଡ଼ାହାଣ୍ଡି ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ସମ୍ପୃକ୍ତ ବ୍ଲକର ସହକାରୀ ଯନ୍ତ୍ରୀ, ନବରଙ୍ଗପୁର ତହସିଲଦାର ଏବଂ ପାପଡ଼ାହାଣ୍ଡି ଥାନା ଅଧିକାରୀ ଯୋଗଦେଇ ଜିଲ୍ଲାର ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ, ନୂତନ ପର୍ଯ୍ୟଟନସ୍ଥଳୀର ବିକାଶ ଏବଂ ପର୍ଯ୍ୟଟନ ମାଧ୍ୟମରେ ସ୍ଥାନୀୟ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ସମସ୍ତ ସମ୍ପୃକ୍ତ ବିଭାଗର ସମନ୍ୱିତ ଉଦ୍ୟମର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ ।

Meeting of the Local Tourism Promotion: ପର୍ଯ୍ୟଟନର ବିକାଶ ଓ ନୂତନ ପର୍ଯ୍ୟଟନସ୍ଥଳୀ ଚିହ୍ନଟ ନେଇ ସ୍ଥାନୀୟ ପର୍ଯ୍ୟଟନ ପ୍ରୋତ୍ସାହନ ପରିଷଦର ବୈଠକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Mayurbhanj Gold Mine: ମୟୂରଭଂଜରେ ସୁନାଖଣି