ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୫ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୦ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨୫ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୩୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪୪ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫୩ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

Khandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ

Khandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ – ସମୀକ୍ଷା ଖବର

ବିଷ୍ଣୁ ମହାନ୍ତି /ଖଣ୍ଡପଡ଼ା ସାମ୍ବାଦିକ /ସମୀକ୍ଷା ନ୍ୟୁଜ :

ଖଣ୍ଡପଡ଼ା ୧୯|୧୧ ଖଣ୍ଡପଡ଼ା ବ୍ଲକ ସମ୍ମିଳନୀ କକ୍ଷରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ସମ୍ପର୍କିତ ଏକ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଡ଼ିଓ ଅଙ୍କୁର ଅଭିଳାଷ, ସମ୍ମାନିତ ଅତିଥି ଭାବେ ଏବିଡ଼ିଓ ଝାଡେଶ୍ବର ଦାଶ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ତୃପ୍ତି ମହାପାତ୍ର, ଗଣିଆ ଉନ୍ନୟନ କମିଟି ସଭାପତି ଉଷା ପଟ୍ଟନାୟକ,ଶିଶୁ ସୁରକ୍ଷା କମିଟି ଅଧ୍ୟକ୍ଷ କାମାଖ୍ୟା ପ୍ରସାଦ ଦାଶ,ହରିଜନ ଆଦିବାସୀ ମଙ୍ଗଳ ସମିତି ସମ୍ପାଦକ ଡା. ବିଜୟ କୁମାର ମହାପାତ୍ର ଓ ମୈତ୍ରୀ ଯୁବ ସଂସଦ ସମ୍ପାଦକ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ବିଭିନ୍ନ କେନ୍ଦ୍ରର ଅଙ୍ଗନୱାଡ଼ି କର୍ମୀ ଓ ଆଶାକର୍ମୀ କର୍ମଶାଳାରେ ଉପସ୍ଥିତ ଥିଲେ।କନ୍ୟା ଶିଶୁଙ୍କ ପ୍ରତି ଭେଦଭାବ,ଗର୍ଭରେ ଲିଙ୍ଗ ନିରୁପଣ,ବାଲ୍ୟ ବିବାହ, ଗର୍ଭବତୀ ମା’ ଙ୍କ ଯତ୍ନ ଓ ପୋଷଣ, ବେଟି ବଚାଓ,ବେଟି ପଢ଼ାଓ ଯୋଜନା ସଂର୍ପକରେ ବିସ୍ତୃତ ଭାବେ କର୍ମଶାଳାରେ ଆଲୋଚନା କରାଯାଇଥିଲା। ଝିଅ ଓ ପୁଅ ମଧ୍ଯରେ ଭେଦ ଭାବ ଦୁର କରିବା ଦିଗରେ ଅଙ୍ଗନଓ୍ବାଡି ଓ ଆଶା କର୍ମୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିବାରୁ ସେଥିପ୍ରତି ସେମାନେ ସଚେତନ ହେବାର ଯଥେଷ୍ଟ ଆବଶ୍ୟକତା ରହିଛି ବୋଲି ବିଡିଓ ମତ ଦେଇ ଥିଲେ।ସେହିପରି ଗର୍ଭବତୀ ମା ମାନଙ୍କର ଟୀକାକରଣ ଓ ପୋଷଣ ସହ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ଉପରେ ସିଡିପିଓ ଗୁରୁତ୍ବାରୋପ କରିଥିଲେ। ସେହିପରି କନ୍ଯା ଶିଶୁମାନଙ୍କୁ ବଞ୍ଚାଇବା ଓ ପଢାଇବା ନିମନ୍ତେ କର୍ମଶାଳାରେ ଉପସ୍ଥିତ ଅତିଥି,ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀ ପ୍ରମୁଖ ସମବେତ ଭାବେ ଶପଥ ପାଠ କରିଥିଲା ବେଳେ ହାମସର ସଂପାଦକ ଶ୍ରୀ ମହାପାତ୍ର ଧନ୍ୟବାଦ ଦେଇଥିଲେ।

Khandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Godabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ