ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୩ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୨୬ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୪୩ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Nuapada Paddy Procurement Committee Meeting: ନୂଆପଡ଼ା ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

Nuapada Paddy Procurement Committee Meeting: ନୂଆପଡ଼ା ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ତେଜୁରାମ ନାଏକ / ସ୍ୱତନ୍ତ୍ର ପ୍ରତିନିଧି/ ନୂଆପଡା /ସମୀକ୍ଷା ନ୍ୟୁଜ:

ଡିସେମ୍ବର ୧୧ରୁ ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ଆରମ୍ଭ, ୫୭,୫୪୨ ଚାଷୀ ପଞ୍ଜୀକୃତ

ନୂଆପଡ଼ା ତାରିଖ -22-11-2026 ନୂଆପଡ଼ା ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ସ୍ୱଚ୍ଛ, ସୁବ୍ୟବସ୍ଥିତ ଓ ଚାଷୀଙ୍କ ପାଇଁ ସୁବିଧାଜନକ କରିବା ନିମନ୍ତେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି (DLPC) ବୈଠକ ଆଜି ଜିଲ୍ଲାପାଳ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛିl ଉକ୍ତ ବୈଠକରେ ମାନ୍ୟବର କଳାହାଣ୍ଡି ସାଂସଦ ମାଲବିକା ଦେବୀ, ମାନ୍ୟବର ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ମାନ୍ୟବର ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଳି ମାଝୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସୁବାଷ ଚନ୍ଦ୍ର ରଇତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାୟକ, ଉପଜିଲ୍ଲାପାଳ ସୁର୍ମୀ ସୋରେନ, ଜିଲ୍ଲା କୃଷି ଅଧିକାରୀ, ଯୋଗାଣ, ସମବାୟ, ଜଳସେଚନ, ଏଫ୍‌ସିଆଇ, ଆର୍‌ଏମ୍‌ସି ଓ ବ୍ୟାଙ୍କ ବିଭାଗର ଅଧିକାରୀଙ୍କ ସମେତ ଚାଷୀ ଓ ମିଲର୍ ପ୍ରତିନିଧିମାନେ ଯୋଗଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ କରିବା ସହ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ସୁରୁଖୁରୁରେ ଓ ସ୍ୱଚ୍ଛତାର ସହ ସମ୍ପନ୍ନ କରିବା ପାଇଁ ସମସ୍ତ ବିଭାଗର ସମନ୍ୱିତ ସହଯୋଗ ଆବଶ୍ୟକ ବୋଲି କହିଥିଲେ। ଚଳିତ ଖରିଫ ଋତୁରେ ଜିଲ୍ଲାରେ ମୋଟ ୫୭,୫୪୨ ଜଣ ଚାଷୀ ଧାନ ବିକ୍ରୟ ପାଇଁ ପଞ୍ଜୀକୃତ ହୋଇଛନ୍ତି। ଗତବର୍ଷର ୫୧,୩୪୧ ଜଣ ପଞ୍ଜୀକୃତ ଚାଷୀଙ୍କ ତୁଳନାରେ ଏଥର ୬,୨୦୧ ଜଣ ଅଧିକ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ପଞ୍ଜୀକରଣରେ ୧୨.୦୮ ପ୍ରତିଶତ ବୃଦ୍ଧି ଘଟିଛି। ଜିଲ୍ଲାର ୨୬ଟି ପ୍ୟାକ୍ସ ଅଧୀନରେ ୭୭ଟି ଧାନ ସଂଗ୍ରହ କେନ୍ଦ୍ର (ପିପିସି) ତଥା ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯିବ।

Nuapada Paddy Procurement Committee Meeting: ନୂଆପଡ଼ା ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା

ଉକ୍ତ ବୈଠକରେ ନିଷ୍ପତ୍ତି ଅନୁଯାୟୀ, ଜିଲ୍ଲାରେ ଡିସେମ୍ବର ୧୧ ତାରିଖରୁ ଖରିଫ ଧାନ ସଂଗ୍ରହ ଆରମ୍ଭ ହେବ। ପ୍ରଥମ ଧାନ ସଂଗ୍ରହ ଖରିଆର ରୋଡ୍ ମଣ୍ଡିରୁ ଆରମ୍ଭ କରାଯିବ। ପ୍ରତ୍ୟେକ ପ୍ୟାକ୍ସ ପାଇଁ ସପ୍ତାହରେ ୫ ଦିନ ମଣ୍ଡି ପରିଚାଳନା କରାଯିବ। ଚଳିତ ଋତୁରେ ସାଧାରଣ ମାନର ଧାନ ପାଇଁ କ୍ୱିଣ୍ଟାଲ ପ୍ରତି ୨,୪୪୧ ଟଙ୍କା ଏବଂ ଗ୍ରେଡ୍ ‘ଏ’ ଧାନ ପାଇଁ ୨,୪୬୧ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ (MSP) ଧାର୍ଯ୍ୟ କରାଯାଇଛି। ଚାଷୀଙ୍କୁ ଟୋକନ୍‌ ସମ୍ପର୍କିତ ସୂଚନା ଓଡ଼ିଆ ଭାଷାରେ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ପ୍ରାୟ ୭ ଦିନ ପୂର୍ବରୁ ପ୍ରଦାନ କରାଯିବ। ଟୋକନ୍‌ର ବୈଧତା ଏକ ମାସ ରହିବ। ଧାନ କ୍ରୟ ସମୟରେ ଚାଷୀଙ୍କ ପରିଚୟ ବାୟୋମେଟ୍ରିକ୍ କିମ୍ବା ଆଇରିସ୍ ଯାଞ୍ଚ ମାଧ୍ୟମରେ ନିଶ୍ଚିତ କରାଯିବ। ଧାନ ବିକ୍ରୟ ପରେ ଚାଷୀଙ୍କ ଆଧାର ସଂଯୁକ୍ତ ବ୍ୟାଙ୍କ ଖାତାକୁ NPCI ପ୍ଲାଟଫର୍ମ ମାଧ୍ୟମରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅର୍ଥ ପ୍ରଦାନ କରାଯିବ। ଗଣମାଧ୍ୟମକୁ ସୂଚନା ଦେଇ ଜିଲ୍ଲାପାଳ କହିଥିଲେ ଯେ, ଡିସେମ୍ବର ୧୧ରୁ ଧାନ ସଂଗ୍ରହ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି ଏବଂ ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ସମସ୍ତ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ ଓ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧା ଉପଲବ୍ଧ କରାଯାଇଛି। ମଣ୍ଡିରେ ଯେକୌଣସି ସମସ୍ୟାର ସମାଧାନ ପାଇଁ ନୋଡାଲ୍ ଅଧିକାରୀ ନିଯୁକ୍ତ ରହିବେ। ଅନ୍ୟ ରାଜ୍ୟରୁ ଅବୈଧ ଧାନ ପରିବହନ ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ନଜର ରଖାଯିବ। ବୈଠକରେ ସମସ୍ତ ବିଡିଓ, ତହସିଲଦାର, ଧାନ ସଂଗ୍ରହ କମିଟିର ସଦସ୍ୟ, ଜିଲ୍ଲାସ୍ତରୀୟ ଅଧିକାରୀ, ଜିଲ୍ଲା ଯୋଗାଣ ବିଭାଗର କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଶେଷରେ ଜିଲ୍ଲା ଯୋଗାଣ ଅଧିକାରୀ ତ୍ରିନାଥ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Save Democracy, Remove Anarchy: ଭାରତୀୟ ଜନତା ପାର୍ଟି ତରଫରୁ ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ ପଦଯାତ୍ରା