ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୨ ମିନିଟ ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୧୭ ମିନିଟ ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୨୧ ମିନିଟ ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୪୪ ମିନିଟ ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୧ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୧ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୨ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୨ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୨ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ମାଲକାନଗିରି ବରଗଡ଼ କେନ୍ଦୁଝର

Malkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

Malkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି: ୨୨/୧୧/୨୬

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମାଲକାନଗିରି ଠାରେ ଜିଲ୍ଲାସ୍ତରୀୟ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କୁ ଦୁଇ ବୁନ୍ଦା ପୋଲିଓ ଔଷଧ ଖୁଆଇ ଏହି ଅଭିଯାନର ଉଦଘାଟନ କରିଥିଲେ। ଏହି ଅଭିଯାନ ମାଧ୍ୟମରେ ଆଜି ଜିଲ୍ଲାର ପ୍ରାୟ ୭୪,୫୪୨ ଜଣ ଜନ୍ମରୁ ୫ ବର୍ଷ ବୟସର ଶିଶୁଙ୍କୁ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଓ ବିଦ୍ୟାଳୟ ପରିସରରେ ଥିବା ପଲ୍ସ ପୋଲିଓ ବୁଥରେ ଟୀକା ପ୍ରଦାନ କରାଯାଉଛି। ଏଥିପାଇଁ ଜିଲ୍ଲାରେ ୭୫୨ଟି ପୋଲିଓ ଟୀକାଦାନ କେନ୍ଦ୍ର, ୫୨ଟି ମୋବାଇଲ ଦଳ ଏବଂ ୫୮ଟି ଟ୍ରାଞ୍ଜିଟ୍ ଦଳ ଗଠନ କରାଯାଇଛି। ଯେଉଁ ଶିଶୁମାନେ ଆଜି ଟୀକା ନେବାରୁ ବଞ୍ଚିତ ହେବେ, ସେମାନଙ୍କୁ ଆସନ୍ତା ୨୩ ଓ ୨୪ ତାରିଖ ଦୁଇ ଦିନ ଧରି ଆଶା, ଅଙ୍ଗନବାଡ଼ି ଓ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ପୋଲିଓ ବୁନ୍ଦା ପ୍ରଦାନ କରିବେ। ଜିଲ୍ଲାର ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳର କୌଣସି ବି ଯୋଗ୍ୟ ଶିଶୁ ଯେପରି ଟୀକାକରଣରୁ ବାଦ୍ ନ ପଡ଼ନ୍ତି, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଜିଲ୍ଲାପାଳ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ସମସ୍ତ ଅଭିଭାବକ ସଚେତନ ହୋଇ ନିଜ ଶିଶୁଙ୍କୁ ନିକଟସ୍ଥ ବୁଥକୁ ଆଣି ପୋଲିଓ ବୁନ୍ଦା ଖୁଆଇବାକୁ ସେ ନିବେଦନ କରିଥିଲେ।ଆଜିର ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମାନସ ରଞ୍ଜନ ପଣ୍ଡା, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଏମ୍. ଏମ୍. ଆବିଦ ହୁସେନ୍, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ-ପରିବାର କଲ୍ୟାଣ ଡା. ମିନତୀ ମହାନ୍ତି, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳିକା ଡଃ ମୌସୁମୀ ମିଶ୍ର, ୟୁନିସେଫ୍‌ର ରାଜ୍ୟସ୍ତରୀୟ ପର୍ଯ୍ୟବେକ୍ଷକ ଚକ୍ରଧର ସାହୁଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

Malkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Shaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ