ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୪ ମିନିଟ ପୂର୍ବେFormer clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ ୧୯ ମିନିଟ ପୂର୍ବେKeonjhar Polio Drops: କେନ୍ଦୁଝର ଜିଲ୍ଲାରେ ପ୍ରଥମ ଦିନ ୮୫% ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ ୩୩ ମିନିଟ ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୩୮ ମିନିଟ ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୪୨ ମିନିଟ ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୧ ଘଣ୍ଟା ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୧ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୧ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୨ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା କେନ୍ଦୁଝର ମାଲକାନଗିରି ବରଗଡ଼

Former clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ

Former clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ – ସମୀକ୍ଷା ଖବର

ଅବିନାଶ ଗଡତିଆ /ସମୀକ୍ଷା ନିୟୁଜ :

ବଲାଙ୍ଗୀର,23/11/2026: ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ପ୍ରାୟ ୩ କୋଟି ୮୧ ଲକ୍ଷ ଟଙ୍କାର ବଡ଼ ଧରଣର ସରକାରୀ ଅର୍ଥ ହେରଫେର ମାମଲା ପଦାକୁ ଆସିଛି। ଏହି ଘଟଣାରେ ଖପ୍ରାଖୋଲ ପୋଲିସ ସ୍ୱାସ୍ଥ୍ୟକେନ୍ଦ୍ରର ପୂର୍ବତନ କିରାଣୀ ତଥା ଆକାଉଣ୍ଟାଣ୍ଟ ଦୀପକ କୁମାର ସାହୁ (୩୬)ଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦୀପକଙ୍କ ଘର ପାଟଣାଗଡ଼ ୱାର୍ଡ ନମ୍ବର ୭ରେ ବୋଲି ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ, ଦୀପକ କୁମାର ସାହୁ ୧ ଜୁନ୍ ୨୦୧୮ରୁ ୨୧ ଜୁଲାଇ ୨୦୨୫ ପର୍ଯ୍ୟନ୍ତ ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବିଲ୍ ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ଆର୍ଥିକ କାର୍ଯ୍ୟଭାର ସମ୍ଭାଳୁଥିଲେ । ଏହି ସମୟ ମଧ୍ୟରେ ସେ ଜାଲ୍ ବିଲ୍ ପ୍ରସ୍ତୁତ କରି କର୍ମଚାରୀଙ୍କ ଦରମା, ବକେୟା ପାଉଣା ଏବଂ ଅନ୍ୟାନ୍ୟ ସରକାରୀ ଅନୁଦାନ ବାବଦକୁ ଆସିଥିବା ୩.୮୧ କୋଟି ଟଙ୍କାକୁ ହଡ଼ପ କରିଥିଲେ ।

Former clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ – ସମୀକ୍ଷା

HRMS ଏବଂ IFMS ପୋର୍ଟାଲର ଯାଞ୍ଚରୁ ଜଣାପଡ଼ିଛି ଯେ, ପ୍ରକୃତ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ପରିବର୍ତ୍ତେ ଅଭିଯୁକ୍ତ ୫୮୪ଟି ଟ୍ରାଞ୍ଜାକ୍ସନ ମାଧ୍ୟମରେ ନିଜ ପରିବାର ସଦସ୍ୟ ଏବଂ ଅନ୍ୟ କିଛି ବ୍ୟକ୍ତିଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇଥିଲେ।ଗିରଫ ସମୟରେ ପୋଲିସ ଅଭିଯୁକ୍ତଙ୍କ ନିକଟରୁ ୧୨ଟି ବ୍ୟାଙ୍କ ପାସବୁକ୍, ୧୦ଟି ଏଟିଏମ୍ କାର୍ଡ ଏବଂ ୫ଟି ମୋବାଇଲ ଫୋନ୍ ଜବତ କରିଛି। ଜଣେ ସମ୍ପର୍କୀୟଙ୍କ ଆକାଉଣ୍ଟର ଏଟିଏମ୍ ଓ ଚେକ୍ ବୁକ୍ ମଧ୍ୟ ସେ ନିଜ ପାଖରେ ରଖି ଆର୍ଥିକ କାରବାର କରୁଥିଲେ । ଖପ୍ରାଖୋଲ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡାକ୍ତର ମଞ୍ଜୁଳକାନ୍ତ ପ୍ରଧାନ ଗତ ଅକ୍ଟୋବର ୧୭ ତାରିଖରେ ଏନେଇ ଖପ୍ରାଖୋଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ସମୟରେ ଦୀପକଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଅଟକ ରଖି ପଚରାଉଚରା କରାଯାଇଥିଲା ଏବଂ ପରେ ନୋଟିସ୍ ଦେଇ ଛଡ଼ାଯାଇଥିଲା। ଅଭିଯୁକ୍ତ ଦୀପକଙ୍କୁ ଗିରଫ କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି ଏବଂ ଏହି ଦୁର୍ନୀତିରେ ଆଉ କେଉଁମାନଙ୍କର ସମ୍ପୃକ୍ତି ରହିଛି, ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

Former clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Public movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା